ଲଘୁଚାପ ପ୍ରଭାବ; ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା,୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ରାଜ୍ୟର ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

rain

ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ୱଲପୁର, କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ୬ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୧୧ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୪ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଅନ୍ୟପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ଆହୁରି ଘନୀଭୂତ ହୋଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ରାଜ୍ୟ ଠାରୁ ଦୂରେଇ ଯିବ। ପ୍ରଭାବରେ ଧିରେ ଧିରେ ରାଜ୍ୟରେ ବର୍ଷାର ପ୍ରକୋପ ମଧ୍ୟ କମିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+