ସୃଷ୍ଟି ହେଲା ଲଘୁଚାପ, ଅଗଷ୍ଟ ୪ ଯାଏ ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଆଜିଠୁ ପୁଣି ପ୍ରବଳ ବର୍ଷା ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ରହିଥିବା ବେଳେ ବାଂଲାଦେଶ ଏବଂ ଏହାର ଆଖପାଖ ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗ ବା ଆଇଏମଡି ମଙ୍ଗଳବାର ଏହି ସୂଚନା ଦେଇଛି ।

rain

ଓଡ଼ିଶାର ଅନେକ ସ୍ଥାନରେ ବର୍ତ୍ତମାନ ବର୍ଷା ହେଉଛି ଏବଂ ଏହା ଅଗଷ୍ଟ ୪ ପର୍ୟ୍ୟନ୍ତ ଜାରି ରହିବା ବୋଲି ଜଣାପଡିଛି। ଓଡ଼ିଶାର କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସୁନ୍ଦରଗଡରୁ ବଲାଙ୍ଗୀର ପର୍ୟ୍ୟନ୍ତ ପଶ୍ଚିମ ଓଡ଼ିଶାରେ ସମୁଦାୟ ବର୍ଷା ୧୦୦ରୁ ୧୫୦ ମି.ମି ହେବାକୁ ଥିବାବେଳେ ସମ୍ବଲପୁରରେ ସବୁଠାରୁ ଅଧିକ ବର୍ଷା ହୋଇପାରେ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ , ଆଜି ପୂର୍ବାହ୍ନ ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୪ ତାରିଖ ଯାଏ ବର୍ଷା ହେବାର ସମ୍ଭାବନା ଥିବାରୁ ବନ୍ୟା ଆଶଙ୍କା ରହିଛି । ଏପରି ସ୍ଥିତିରେ ଜିଲ୍ଲା ପ୍ରଶାସନକୁ ସତର୍କ ରହିବାକୁ କୁହାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+