ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

Odisha Weather Update: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋରସାଗର ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି । ଯାହା ଫଳରେ ରାଜ୍ୟରେ ବର୍ଷାର ପରିମାଣ ବଢିବ । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଦ କେନ୍ଦ୍ର । ଆଜି ୭ ଜିଲ୍ଲାରେ ଅତିପ୍ରବଳ ଏବଂ ୯ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Odisha Weather Update

ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଏହି ସମୟରେ ବର୍ଷା ସହ କିଛି କିଛି ସ୍ଥାନରେ ଘଣ୍ଟାକୁ ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।

ଶନିବାର ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସହିପରି ଦେବଗଡ଼, ସମ୍ୱଲପୁର, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ । ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରବିବାର ୧ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଏଥିସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨ ଓ ୩ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ହାଲ୍‌କାରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+