ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି
ଆସୁଛି ବଡ ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତରପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିଲୋମିଟର ଯାଏ ବ୍ୟାପିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ ଏହି ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବେ ଲଘୁଚାପ କ୍ଷେତ୍ରଟି ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ପରିବ୍ୟାପ୍ତ ରହିଛି। ଏହା କ୍ରମଶଃ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ। ଏହା ପ୍ରଭାବ ଓଡ଼ିଶା ଉପରେ ପଡ଼ିକ କି ନାହିଁ ତାହା ସ୍ପଷ୍ଟ ହୋଇନାହିଁ। ଲଘୁଚାପ କ୍ଷେତ୍ର ପ୍ରଭାବରେ ଓଡ଼ିଶାରେ କେଉଁ ଜିଲ୍ଲାରେ ବର୍ଷା ଓ ପବନ ହେବ ସେନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସ୍ପଷ୍ଟ କରାଯାଇନାହିଁ।
ସୂଚନାଯୋଗ୍ୟ, ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ପ୍ରଭାବରେ ବର୍ଷା ଲାଗିରହିଛି। ଆଜି କିଛି ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଥିଲା। ରାୟଗଡ଼ା, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।












Click it and Unblock the Notifications