ବଙ୍ଗୋପସାଗରରେ ଆଜି ସୃଷ୍ଟି ହେବ ଲଘୁଚାପ, ଆସନ୍ତାକାଲିଠୁ ବର୍ଷା ସମ୍ଭାବନା
Weather Report: ରାଜ୍ୟରେ ଆଜିଠୁ ବଦଳିବ ପାଗ । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରର ଅଞ୍ଚଳରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତର ପଶ୍ଚିନ ଦିଗରେ ଗତି କରିବ । ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ୧୬ ତାରିଖରେ ଏହା ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବା ନେଇ ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୧୬ ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଯାହା ପ୍ରଭାବରେ ଆସନ୍ତାକାଲିଠୂ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି, ଏନେଇ ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଲଘୁଚାପ ପ୍ରଭାବରେ ଆଶାନ୍ତ ରହିବ ସମୁଦ୍ର, ଘଣ୍ଟା ପ୍ରତି ୫୫ରୁ ୬୫ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି, ଯେଉଁଥିପାଇଁ ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।
ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡା, ପୁରୀ, ଜଗତସିଂହପୁରର ଅଧିକାଂଶ ଅଞ୍ଚଳ ଏବଂ ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡା, ଭଦ୍ରକ, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ତେବେ ନଭେମ୍ବର 16 ଓ 17 ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ସେହିପରି ନଭେମ୍ବର 17 ତାରିଖରେ ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ ଓ ଢେଙ୍କାନାଳ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ତେବେ ଏହାର ପ୍ରଭାବରେ 15 ତାରିଖ ଠାରୁ 18 ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । 16 ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତ୍ୟତି ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଜି ଠାରୁ ଆସନ୍ତା 19 ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications