ସୃଷ୍ଟିହେଲା ଘୂର୍ଣ୍ଣିବଳୟ, ଏହି ସବୁ ଜିଲ୍ଲାରେ୨୩ରୁ ୨୫ ପ୍ରବଳ ବର୍ଷା !

ଭୁବନେଶ୍ୱର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୨୩ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ବଙ୍ଗୋପସାଗର ଓ ତତ୍‌ ସଂଲଗ୍ନ ଅଞ୍ଚଳରେ ୨ଟି ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ୨୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ।

ଉତ୍ତରପଶ୍ଚିମ ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ବଢିବ ବର୍ଷାର ପରିମାଣ। ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

rain in odisha

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୩ ତାରିଖରେ କେତେକ ସ୍ଥାନରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲା ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହାଛଡ଼ା ବଜ୍ରପାତ ସହ ଘଡ଼ଘଡ଼ି ହେବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୨ ତାରିଖରେ ୧୭ ଜିଲ୍ଲାକୁ ପଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ବିଜୁଳି ଘଡଘଡି ସହ ବର୍ଷା ହେବ। ଜିଲ୍ଲା ଗୁଡ଼ିକ ମଧ୍ୟରେ ବଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି , କୋରାପୁଟ, ମାଲକାନଗିରି, ରାୟଗଡା, ମୟୂରଭଞ୍ଜ, ଢେଙ୍କାନାଳ ଓ କେଉଁଝର ରହିଛି। ଏଭଳି ସ୍ଥିତି ଆସନ୍ତା ୨୬ ତାରିଖ ଯାଏଁ ଜାରି ରହିବ। ଆସନ୍ତା ୨୩ରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରୁଥିବା ନେଇ ପାଣିପାଗ ବୈଜ୍ଞାନିକ ସଞ୍ଜିବ ଦିବେଦୀ ଗଣମାଧ୍ୟମକୁ ସୂଚନା ପ୍ରଦାନ କରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+