ଲଘୁଚାପ ପ୍ରଭାବ: ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପଶ୍ଚିମ କେନ୍ଦ୍ରୀୟ ଓ ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଉତ୍ତର ପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଏହା ଧୀରେ ଧୀରେ ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଦକ୍ଷିଣ ଓଡ଼ିଶା ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ । ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଅଧିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଶନିବାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡିର ଅନେକ ସ୍ଥାନରେ ଅଧିକ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ରବିବାର ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି । ୧୫ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

Low pressure Heavy rain

ରାୟଗଡ଼ାରେ ୪୧.୪ ମିମି ବର୍ଷା ରେକର୍ଡ ହୋଇଛି । ନୟାଗଡ଼ରେ ୩୩.୨, କୋରାପୁଟରେ ୨୦.୪, ଝାରସୁଗୁଡ଼ାରେ ୧୮.୪, କଟକରେ ୧୨.୪ ଓ ଗୋପାଳପୁରରେ ୧୦.୯ ମିମି ବର୍ଷା ରେକର୍ଡ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+