ବଙ୍ଗୋପସାଗରରେ ଲଘୁଚାପ, ୨୩ ଜିଲ୍ଲାରେ ପ୍ରବଳ ବର୍ଷିବ

ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଗୁରୁବାର ସୃଷ୍ଟି ହୋଇଛି ଏକ ଲଘୁଚାପ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

ଭୁବନେଶ୍ବର: ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଓଡ଼ିଶା ଉପକୂଳରେ ଗୁରୁବାର ସୃଷ୍ଟି ହୋଇଛି ଏକ ଲଘୁଚାପ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ଏହାର ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ଜୁଲାଇ ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ।

Odisha Weather Update

ଅନ୍ୟପଟେ ୨୩ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ସତର୍କ ସୂଚନା । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସମ୍ବଲପୁର ଓ ସୁବର୍ଣ୍ଣପୁରକୁ ୱାର୍ଣ୍ଣିଂ । ଏହାସହ ଆଉ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗର ପୂର୍ବାନୁମାନ । ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ନୟାଗଡ଼, ଗଞ୍ଜାମ, ଦେବଗଡ଼, ବଲାଙ୍ଗିର, କଳାହାଣ୍ଡି, ମାଲକାନଗିରି, କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ଅନୁମାନ କରିଛି ।

ସେହିପରି ଜୁଲାଇ ୨୮ ତାରିଖ ବେଳକୁ ବାଂଲାଦେଶ ଏବଂ ଏହାର ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ଘନୀଭୂତ ହେବାର ସମ୍ଭାବନା ଥିବା ବେଳେ ଏହା ଉତର ପଶ୍ଚିମ ଦିଗ ଆଡକୁ ଗତି କରି ପଶ୍ଚିମବଙ୍ଗ, ଝାଡଖଣ୍ଡ ଏବଂ ବିହାର ଆଡକୁ ମୁହାଁଇବ ବୋଲି ଜଣାପଡ଼ିଛି । ଏହାର ପ୍ରଭାବ ଅଗଷ୍ଟ ୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ ବୋଲି ବୁଲେଟିନ୍‌ରେ କୁହାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+