ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟର ବିଭିନ୍ନ ସ୍ଥାନରେ ଆଉ ୪ ଦିନ ପ୍ରବଳ ବର୍ଷିବ

ବଙ୍ଗୋପସାଗରରେ ଲଘୁଚାପ ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।

୪୮ ଘଣ୍ଟା ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଓଡ଼ିଶା ମଧ୍ୟ ଦେଇ ଏହା ଗତି କରିବ । ପ୍ରଭାବରେ ୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।

୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ୯ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସମୁଦ୍ର ଅଶାନ୍ତ ଥିବାରୁ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Low pressure in Bay of Bengal

କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ପ୍ରବଳ ବର୍ଷା ନେଇ ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, ନୟାଗଡ଼, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ମୟୂରଭଞ୍ଜ, ଢେଙ୍କାନାଳ, କେନ୍ଦୁଝର ଓ ବୌଦ୍ଧ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ସେହିଭଳି ବଜ୍ରପାତ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କୋରାପୁଟ, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ ଓ ସୋନପୁରକୁ ସତର୍କ କରାଯାଇଛି। ୧୮ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଉତ୍ତର ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତାରେ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବୁଧବାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। କୋରାପୁଟରେ ସର୍ବାଧିକ ୨୪.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଅଧିକାଂଶ ଜିଲାରେ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଥିଲା। । ତେବେ ଲଘୁଚାପଟି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସ୍ପଷ୍ଟ ଲଘୁଚାପର ରୂପ ନେଇ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳ ଆନ୍ଧ୍ର ପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+