Get Updates
Get notified of breaking news, exclusive insights, and must-see stories!

ଆଗାମୀ 24 ଘଣ୍ଟାରେ ଲଘୁଚାପ, ଏହି ଦିନ ରୁ ବଢିବ ବର୍ଷା ପରିମାଣ

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସମ୍ଭାବନା ରହିଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ 16 ତାରିଖ ବେଳକୁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଅବପାତ ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ ।

rain

ଅନ୍ୟପକ୍ଷରେ ଦକ୍ଷିଣ-ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟଭାଗ ଯାଏଁ ସକ୍ରିୟ ରହିଥିବା ବେଳେ, ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଅନ୍ୟ ଏକ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ 1.5 କିମି ଯାଏଁ ସକ୍ରିୟ ରହିଛି । ପାଣିପାଗର ଏପ୍ରକାର ସ୍ଥିତିରେ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଥିବା ସମ୍ଭାବ୍ୟ ଲଘୁଚାପର ସ୍ପଷ୍ଟ ଚିତ୍ର ମିଳିପାରି ନାହିଁ । ଆସନ୍ତା 24 ଘଣ୍ଟା ମଧ୍ୟରେ ଲଘୁଚାପର ସ୍ପଷ୍ଟ ଚିତ୍ର ଓ ଏହାର ଗତିପଥ ଜଣାପଡ଼ିବ ବୋଲି ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡା, ପୁରୀ, ଜଗତସିଂହପୁରର ଅଧିକାଂଶ ଅଞ୍ଚଳ ଏବଂ ମାଲକାନଗିରି, କୋରାପୁଟ, କେନ୍ଦ୍ରାପଡା, ଭଦ୍ରକ, ଖୋର୍ଦ୍ଧା ଏବଂ କଟକ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ । ଘଡଘଡି ସହ ବର୍ଷା ମଧ୍ୟ ହୋଇପାରେ । ତେବେ ନଭେମ୍ବର 16 ଓ 17 ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ନଭେମ୍ବର 17 ତାରିଖରେ ମଧ୍ୟ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ ଓ ଢେଙ୍କାନାଳ ପାଇଁ ୟେଲା ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ତେବେ ଏହାର ପ୍ରଭାବରେ 15 ତାରିଖ ଠାରୁ 18 ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି । 16 ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତ୍ୟତି ବଢ଼ିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଆଜି ଠାରୁ ଆସନ୍ତା 19 ତାରିଖ ପର୍ଯ୍ୟନ୍ତ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+