Low Pressure in Odisha: ଆଜି ଲଘୁଚାପ, ଜୁନ୍‌ ୧ ଯାଏଁ ସାରା ଓଡ଼ିଶାରେ ବର୍ଷିବ

ଆଜି ଲଘୁଚାପ, ଜୁନ୍‌ ୧ ଯାଏଁ ବର୍ଷା । ଉପର ବାୟୁମଣ୍ଡଳୀୟ ଟ୍ରଫ୍‌ ଏବେ ମରଠାୱାଡା ଓ ପଡ଼ୋଶୀ ଉପରେ ଥିବା ନିମ୍ନଚାପ କ୍ଷେତ୍ର ସହ ଜଡ଼ିତ ଘୂର୍ଣ୍ଣିବଳୟ ପରିସରରୁ ଉତ୍ତର ତେଲେଙ୍ଗାନା, ଦକ୍ଷିଣ ଛତିଶଗଡ଼ ଓ ଦକ୍ଷିଣ ଓଡ଼ିଶା ଦେଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ପର୍ଯ୍ୟନ୍ତ ଗତି କରୁଛି ।

ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନ ଓ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା କିମ୍ବା ବଜ୍ରପାତ ସହ ବର୍ଷା ହୋଇପାରେ । ଏଥିସହ ମଙ୍ଗଳବାର ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାଦ୍ବାରା ମେ' ୨୯ରୁ ଜୁନ୍‌ ୧ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଘଣ୍ଟା ପ୍ରତି ୪୫ କିମିରୁ ଅଧିକ ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ଓଡ଼ିଶା ଉପକୂଳ ଓ ବାହାରେ ଗଭୀର ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ।

Low pressure today rains expected across Odisha till June 1

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି ଯେ ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ହୋଇଛି। ସମ୍ବଲପୁରର ବୁର୍ଲା, କଳାହାଣ୍ଡି ଜିଲ୍ଲା କରଲାମୁଣ୍ଡା ଓ କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗରଠାରେ ୬ ସେମି ଲେଖାଏ ବର୍ଷା ହୋଇଛି। ପ୍ରାକ୍‌ ମୌସୁମୀ ବର୍ଷା ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ୩ରୁ ୪ ଡିଗ୍ରି ହ୍ରାସ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ୩ରୁ ୪ ଡିଗ୍ରି ବୃଦ୍ଧି ହୋଇଛି। ଅନ୍ୟ ଜିଲ୍ଲାଗୁଡ଼ିକରେ କୌଣସି ପରିବର୍ତ୍ତନ ହୋଇ ନାହିଁ। ଜୁନ୍‌ ୧ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+