ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ

ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ । ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ।

Low pressure likely to form in next 12 hours

ଆସନ୍ତା ତିନି ଦିନ ରାଜ୍ୟରେ ଅଧିକ ବର୍ଷା ସମ୍ଭାବନା ରହିଛି । କିନ୍ତୁ ୮ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା କମିଯିବ। ୧୨ ତାରିଖ ଯାଏ କାଁ ଭାଁ ବର୍ଷା ହୋଇପାରେ । ବରିଷ୍ଠ କୃଷି ପାଣିପାଗବିତ୍‌ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି।

ପ୍ରଫେସର ପଶୁପାଳକ କହିଛନ୍ତି, ଭଦ୍ରକଠାରୁ ଗଞ୍ଜାମ ଯାଏ ଉପକୂଳ ଜିଲ୍ଲାରେ ୬ ଓ ୭ ତାରିଖରେ କେତେକ ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ରେ ୮ ତାରିଖ ଯାଏ ମଧ୍ୟମ ପରିମାଣର ବର୍ଷା ହୋଇପାରେ । ୯ ତାରିଖ ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶାର ସମ୍ବଲପୁରରୁ କଳାହାଣ୍ଡି ଯାଏ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । ଏବେ ଏକ ଲଘୁଚାପ କ୍ଷେତ୍ର ଝାଡ଼ଖଣ୍ଡର ଧାନବାଦ ଉପରେ ରହିଛି । ୨ରୁ ୩ ଦିନ ଯାଏ ସେହି ପାଖାପାଖି ରହିବ । ଏହାପରେ ପଶ୍ଚିମ ଝାଡ଼ଖଣ୍ଡ ଓ ସଂଲଗ୍ନ ମଧ୍ୟପ୍ରଦେଶ ଉପରେ ଦୁଇ ଦିନ ରହିବ । ପର ଦୁଇ ଦିନ ପ୍ରୟାଗରାଜ ଓ ପାଟଣା ମଧ୍ୟରେ ରହିବ । ଏହା ପ୍ରଭାବରେ ଉପକୂଳ ଓଡ଼ିଶାରେ ୧୨ ଯାଏ ବର୍ଷା କମ୍‌ ହେବ । କିନ୍ତୁ ଝାଡ଼ଖଣ୍ଡ ଓ ଛତିଶଗଡ଼ ନଦୀର ଉପରମୁଣ୍ଡରେ ବର୍ଷା ହେବ ବୋଲି ପ୍ରଫେସର ପଶୁପାଳକ ଆକଳନ କରିଛନ୍ତି ।

ଜୁଲାଇରେ ରାଜ୍ୟରେ ସ୍ୱାଭାବିକ ବର୍ଷା ହେବ । ଅଗଷ୍ଟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇପାରେ । ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ମଧ୍ୟ ସ୍ୱାଭାବିକ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି । ଅପେକ୍ଷାକୃତ କମ୍‌ ବର୍ଷା ହୋଇଥିବା ସ୍ଥାନରେ ବି ଫସଲ ବୁଣିବା ଓ ତଳି ପକାଇବା ପାଇଁ ପାଣିର ଅଭାବ ନାହିଁ । ଏଣୁ ଧାନ ତଳି ପକାନ୍ତୁ ବୋଲି ପ୍ରଫେସର ପଶୁପାଳକ ଚାଷୀଙ୍କୁ ପରାମର୍ଶ ଦେଇଛନ୍ତି । ପାଣିପାଗ ବିଭାଗର ଆକଳନ କହୁଛି, ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।

ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପ ରୂପ ନେଇପାରେ । ରବିବାର ମୟୂରଭଞ୍ଜ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଅଛି। ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୋନପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କୋରାପୁଟ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହୋଇପାରେ । ୭ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ଅଧିକ ବର୍ଷା ସମ୍ଭାବନା ଅଛି । ୮ ତାରିଖରେ ଝାରସୁଗୁଡ଼ା, ବରଗଡ଼ ଓ ସୁନ୍ଦରଗଡ଼ରେ ଭାରି ବର୍ଷା ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+