ପ୍ରବଳ ଛେଚିବ ବର୍ଷା! ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା

ମାଡି ଆସୁଛି ଗୋଟେ ପରେ ଗୋଟେ ଲଘୁଚାପ। ଆସନ୍ତା ସେପ୍ଟେମ୍ୱର ୨୫ ତାରିଖ ଓ ଅକ୍ଟୋବର ୧ ତାରିଖରେ ପୁଣି ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର। ୨ଟି ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର ଆଣ୍ଡାମାନ ସାଗର ଓ ମିଆମାର୍ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।

ଆସନ୍ତା ୨୨ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ପହଞ୍ଚିବ ଲଘୁଚାପ। ୨୫ ତାରିଖ ଆଡ଼କୁ ବଙ୍ଗୋପସାଗର ଉପରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଲଘୁଚାପ ପ୍ରଭାବରେ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ତେବେ ଏହି ଲଘୁଚାପଟି ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି, ୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ।

rain

ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି। ୨୫ ରୁ ୨୭ ସେପ୍ଟେମ୍ବର ମଧ୍ୟରେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ ,ଓଡ଼ିଶା , ପଶ୍ଚିମବଙ୍ଗ ଉପକୂଳରେ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପରିସ୍ଥିତି ଅଶାନ୍ତ ରହିବ । ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

୨୫ ରୁ ୨୭ ସେପ୍ଟେମ୍ବର ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ , ଓଡ଼ିଶା , ପଶ୍ଚିମବଙ୍ଗ ଉପକୂଳରେ ଏବଂ ନିକଟବର୍ତ୍ତୀ ଅଞ୍ଚଳରେ ନ ଯିବାକୁ ପରାମର୍ଶ ଦିଆଯାଇଛି। ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୪ ସେପ୍ଟେମ୍ବର ସୁଦ୍ଧା ଉପକୂଳକୁ ଫେରିବାକୁ ସତର୍କ କରିଛି ବିଭଗ I

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+