ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଖୁଚାପ

Odisha Weather Update :ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଖୁଚାପ Low Pressure Likely Over BoB After Sept 5

ଭୁବନେଶ୍ୱର :ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଖୁଚାପ । ଆସନ୍ତା ୫ ତାରିଖ ପରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସୂଚନା ଜାରି କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନ ରହିଛି । ଚଳିତ ମାସ ଅର୍ଥାତ୍ ସେପ୍ଟେମ୍ବର ମାସ ପାଇଁ ପାଣିପାଗ ଆକଳନ ଅବସରରେ ଏହି ପୂର୍ବାନୁମାନ କରିଛି ଆଇଏମ୍‌ଡି । ସେହିପରି ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ଦୁର୍ବଳ ମୌସୁମୀ ଜାରି ରହିବ ଓ ୫ ତାରିଖ ପରେ ବର୍ଷାର ପରିମାଣ ବଢ଼ିବାର ପୂର୍ବାନୁମାନ କରାଯାଇଛି । ସେହିପରି ରାଜ୍ୟରେ ୪ ତାରିଖ ପର୍ଯ୍ୟନ୍ତ ହାଲୁକାରୁ ମଧ୍ୟମ ବର୍ଷା ଲାଗି ରହିବ । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

odisha

ମାଲକାନଗିରି,କୋରାପୁଟ,ନବରଙ୍ଗପୁର,ନୂଆପଡ଼ା,କଳାହାଣ୍ଡି,ସୁନ୍ଦରଗଡ଼,ଦେବଗଡ଼,କେନ୍ଦୁଝର,ମୟୂରଭଞ୍ଜ,ବଲାଙ୍ଗିର,ବରଗଡ଼,ସମ୍ବଲପୁର,ଝାରସୁଗୁଡ଼ା ଓ ସୋନପୁର ଆଦି ଜିଲ୍ଲା ଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ନେଇ ୧୦ଟି ଜିଲ୍ଲା ଯଥା କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+