ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା; ଆଗାମୀ ୩୬ ଘଣ୍ଟାରେ ଅବପାତ !
ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ । ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ସୃଷ୍ଟି ହେବ ଲଘୁଚାପ । ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ଉତ୍ତର ଦିଗରେ ଗତି କରିବ । ଘନୀଭୂତ ହୋଇ ଆଗାମୀ ୩୬ ଘଣ୍ଟାରେ ଅବପାତରେ ପରିଣତ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।ଫଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଏହି ଲଘୁଚାପ କ୍ଷେତ୍ରଟି ଉତ୍ତର ଦିଗରେ ଗତି କରିବ। ପରେ ଆହୁରି ଘନୀଭୂତ ହେବା ସହ ପରବର୍ତ୍ତୀ ୩୬ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଏହି ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ କି ନାହିଁ ତାହା ସ୍ପଷ୍ଟ ହୋଇ ନାହିଁ। ଲଘୁଚାପ ସୃଷ୍ଟି ହେବା ପରେ ଆକଳନ କରାଯାଇପାରିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଆଜି କିଛି ଜିଲ୍ଲାରେ କାଳ ବୈଶାଖୀ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଓୱାର୍ଣ୍ଣିଂ ଜାରି କରାଯାଇଛି।
ସାରା ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା । କାଳବୈଶାଖୀ ବର୍ଷା ନେଇ ରାଜ୍ୟର ସମସ୍ତ ୩୦ ଜିଲାକୁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ବିଶେଷକରି ପଶ୍ଚିମ, ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବ । ଲଘୁଚାପ ସୃଷ୍ଟି ହେବା ପରେ ଉତ୍ତର ଆଡ଼କୁ ଗତି କରିବ। ତେବେ ଲଘୁଚାପ ଆହୁରି ଶକ୍ତିଶାଳୀ ହେବା ନେଇ ପୂର୍ବାନୁମାନ କରିଛି ବିଭାଗ।
ଏଥିପାଇଁ ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ଢେଙ୍କାନାଳ ସହ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ତେବେ ଏହି ଜିଲାଗୁଡ଼ିକରେ ବଜ୍ରପାତ ଅଧିକ ହେବା ସମ୍ଭାବନା ଥିବାରୁ ଲୋକମାନେ ଅଧିକ ଆଲଟର୍ର୍ ରହିବାକୁ ପରାମର୍ଶ ଦିଆଯାଇଛି।
ସେପଟେ ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ବା ଆଇଏମଡି ସୂଚନା ଅନୁଯାୟୀ ଆସନ୍ତା ୨୨ ତାରିଖରେ ସୃଷ୍ଟି ହେବ ଲଘୁଚାପ । ମେ ୨୧ ତାରିଖରେ ପୂର୍ବ କେନ୍ଦ୍ରୀୟ ଆରବ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ।












Click it and Unblock the Notifications