ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ; ପ୍ରବଳ ବର୍ଷା ନେଇ ଆଲର୍ଟ, ଆଗକୁ ବଢୁଛି ମୌସୁମୀ

୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ । ତେବେ ଏହାର ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହେବ । କିଛି ସ୍ଥାନରେ ଭାରି ବର୍ଷା ହୋଇପାରେ । ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଅଛି ।

ପାଣିପାଗ ବିଭାଗ ଏହାକୁ ନେଇ ସତର୍କ କରାଇଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି । ତେବେ ବାତ୍ୟା ନେଇ ଆଇଏମ୍‌ଡି କୌଣସି ପୂର୍ବାନୁମାନ କରିନି। କିନ୍ତୁ ସୋସିଆଲ ମିଡିଆରେ ବାତ୍ୟା ହେବା ନେଇ ଅନେକ ଗୁଜବ ବୁଲୁଛି । ଏହାକୁ କେହି ବିଶ୍ୱାସ କରନ୍ତୁ ନାହିଁ ବୋଲି ସେ ଅପିଲ୍‌ କରିଛନ୍ତି ।

ମଙ୍ଗଳବାର (୨୭ ତାରିଖ) ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ। ଏହି ସବୁ ସ୍ଥାନକୁ ଛାଡ଼ି ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବୌଦ୍ଧ, ସୋନପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ରାୟଗଡ଼ା କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ବର୍ଷା ଓ ଘଡ଼ଘଡ଼ି ସମ୍ଭାବନା ଅଛି । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।

Low pressure may form in Bay of Bengal

ବୁଧବାର (୨୮ ତାରିଖ) ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଝଡ଼ ବର୍ଷା ହୋଇପାରେ । ବର୍ଷା ସାଙ୍ଗକୁ ଘଡ଼ଘଡ଼ି ବି ହୋଇପାରେ । ଗୁରୁବାର ବା ୨୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭାରି ବର୍ଷା ସମ୍ଭାବନା ଅଛି । ୩୦, ୩୧ ଓ ୧ ତାରିଖରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଭାରି ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ମୌସୁମୀ ପହଞ୍ଚିବାରେ କିଛି ସମୟ ଲାଗିବ । ମୌସୁମୀ ଏବେ କେରଳ ଛୁଇଁବା ପରେ ଆଗକୁ ବଢୁଛି । ଦକ୍ଷିଣ ଭାରତ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟରେ ମୌସୁମୀ ପହଞ୍ଚିବା ପରେ ଓଡ଼ିଶା ଆସିବ। ଏନେଇ ଆଗକୁ ସ୍ପଷ୍ଟ ସୂଚନା ଦିଆଯିବ ବୋଲି ସେ କହିଛନ୍ତି । ତେବେ ଆସନ୍ତା ୩ଦିନରେ ମୁମ୍ବାଇ, କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର କିଛି ସ୍ଥାନକୁ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଆକଳନ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+