୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ ଲଘୁଚାପ; ପ୍ରବଳ ବର୍ଷା ସମ୍ଭାବନା, ଓଡିଶାକୁ ରେଡ୍‌ ଆଲର୍ଟ ଜାରି

ବଙ୍ଗୋପସାଗରରେ ସୃଷ୍ଟି ହେଲା ସ୍ପଷ୍ଟଚିହ୍ନିତ ଲଘୁଚାପ। ଲଘୁଚାପ ଅଧିକ ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହେବ। ଉତ୍ତର ପଶ୍ଚିମ ଦିଗରେ ଗତିକରି ଅଧିକ ଘନୀଭୂତ ହେବ।

rain

ତେଣୁ ଆଗାମୀ ୨୪ ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ ଲଘୁଚାପ। ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଓଡ଼ିଶାକୁ ରେଡ୍ ଆଲର୍ଟ ଜାରି କରାଯାଇଛି। ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ଭାରି ବର୍ଷା ହେବାର ସମ୍ଭାବନା ରହିଛି।

ଯଦି ଦେଖିବା ଏବେ ଭଦ୍ରକ, ଯାଜପୁର, ଢ଼େଙ୍କାନାଳରେ ବର୍ଷା ଲାଗି ରହିଛି। ଖାଲି ସେତିକି ନୁହେଁ ବାଲେଶ୍ୱର, ଅନୁଗୁଳ ଏବଂ କେନ୍ଦୁଝରରେ ମଧ୍ୟ ବର୍ଷା ଜାରି ରହିଛି।

ଯୋଡ଼ା ଲଘୁଚାପର ପ୍ରଭାବ । ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପାଗ ଉପରେ ନଜର ରଖିବା ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+