ବଙ୍ଗୋପସାଗର ଶକ୍ତି ଗୋଟାଉଛି ଲଘୁଚାପ ; ୨୬ ରୁ ବଢିବ ବର୍ଷା, ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଦାନା ବାନ୍ଧୁଛି ଲଘୁଚାପ । ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତା ୨୬ରୁ ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନା ରହିଛି। ଲଗାଣ ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହିତ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କାକୁ ଏଡାଇ ଦେଇହେବନି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ ଆୟୋଗଙ୍କ ପକ୍ଷରୁ ଆଗୁଆ ପ୍ରସ୍ତୁତି ଆରମ୍ଭ ହୋଇଛି।

bay of bengal

ସୋମବାର ସ୍ବତନ୍ତ୍ର ରିଲିଫ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ସମସ୍ତ ଜିଲାପାଳ ଓ ମହାନଗର ନିଗମ ଆୟୁକ୍ତଙ୍କୁ ଚିଠି ଲେଖି ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇଛନ୍ତି। ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବାରୁ ଆସନ୍ତା ୨୬ରୁ ବର୍ଷା ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଗାଣ ବଷା ଯୋଗୁଁ ରାଜ୍ୟର ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି। ବର୍ଷା ଯୋଗୁଁ ଦୁର୍ବଳ ନଦୀବନ୍ଧ ଅନୁଧ୍ୟାନ କରିବା ସହିତ ମରାମତି ଦିଗରେ ତ୍ବରିତ ପଦ‌େକ୍ଷପ ନେବାକୁ ସେ ଜିଲାପାଳମାନଙ୍କୁ ନିର୍ଦେଶ ଦେଇଛନ୍ତି।

ଜିଲାପାଳମାନେ ନଦୀବନ୍ଧ ମରାମତି ସହିତ ତୁରନ୍ତ ଘାଇ ମରାମତି କରିବା ପାଇଁ ପର୍ଯ୍ୟାପ୍ତ ବାଲିବସ୍ତା, ବାଉଁଶ ସମେତ ଅନ୍ୟାନ୍ୟ ଜରୁରୀ ସାମଗ୍ରୀ ମହଜୁଦ ରଖିବାକୁ ରିଲିଫ ଆୟୁକ୍ତ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି। ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ପଦକ୍ଷେପ ନେବାକୁ ସେ ଉଭୟ ଜିଲାପାଳ ଓ ନଗର ନିଗମର ଆୟୁକ୍ତଙ୍କୁ ନିର୍ଦେଶ ଦେଇଛନ୍ତି।

୨୬ତାରିଖରୁ କୌଣସି ଅଧିକାରୀ କିମ୍ବା କର୍ମଚାରୀ ମୁଖ୍ୟାଳୟ ଛାଡି ଯିବେ ନାହିଁ, ସେ ଦିଗରେ ଜିଲାପାଳମାନେ ଯତ୍ନବାନ ରହିବାକୁ ଆୟୁକ୍ତ ପରାମର୍ଶ ଦେଇଛନ୍ତି। ସେହିପରି ବର୍ଷା ଯୋଗୁଁ ସହରାଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି। ତୁରନ୍ତ ଜଳ ନିଷ୍କାସନ ପାଇଁ ପର୍ଯ୍ୟାପ୍ତ ମୋଟରପମ୍ପ ମହଜୁଦ ରଖିବାକୁ ସେ ନଗର ନିଗମର ଆୟୁକ୍ତଙ୍କୁ ପରାମର୍ଶ ଦେଇଛନ୍ତି। ଆସନ୍ତା ୨୬ରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ୨୭ ଓ ୨୮ ତାରିଖରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ କୁହାଯାଇଛି। ୨୬ ତାରିଖ ବେଳକୁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ୨୭ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ର ସୂଚନା ଅନୁସାରେ ଆସନ୍ତାକାଲି ୨୪ ଜିଲାକୁ ବଜ୍ରପାତ ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହିସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ପୁରୀ ଓ ଗଜପତି ଜିଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ୨୭ରୁ ୨୮ ତାରିଖ ମଧ୍ୟରେ ଗଞ୍ଜାମ, ରାୟଗଡ଼ା ଓ କୋରାପୁଟ ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏହି ସବୁ ଜିଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ ଓ କଳାହାଣ୍ଡି ଜିଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୮ରୁ ୨୯ ତାରିଖ ମଧ୍ୟରେ ରାୟଗଡ଼ା ଓ କୋରାପୁଟ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବାକୁ ଥିଲେ ମଧ୍ୟ ଉପକୂଳରେ ନିଅଣ୍ଟିଆ ବର୍ଷା ସ୍ଥିତି ଲାଗି ରହିବ ବୋଲି ପାଣିପାଗ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ଚାନ୍ଦବାଲିରେ ୩୧.୨ ମି.ମି., ହୀରକାୁଦରେ ୨୯.୮ ମି.ମି., ରାୟଗଡ଼ାରେ ୧୭.୨ ମି.ମି., ସମ୍ବଲପୁରରେ ୧୬.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+