୨୨ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା, ୨୪ରେ ଅବପାତ
Odisha Weather: ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରୁଛୁ ଯାହା ଖୁବ ଶୀଘ୍ରେ ଅବପାତ ରୂପ ନେଇ ପାରେ । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଜାରି କରାଯାଇଛି ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଯାହା ୨୪ ତାରିଖରେ ଅବପାତ ରୂପ ନେବାର ସମ୍ଭାବନା ରହିଛି । ଏହା ଘନିଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରିବ । ଏହାର ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ହେଲେ କେଉଁ ତାରିଖଠୁ ବର୍ଷା ଆରମ୍ଭ ହେବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ ।
ସୂଚନାଥାଉ ଯେ, ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଜାରି ରହିବ ଗ୍ରୀଷ୍ମପ୍ରବାହ । ୨୦ ତାରିଖ ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇ ଥିବା ବେଳ ୨୧, ୨୨ ତାରିଖରେ ହିଟୱେଭ୍ ନେଇ ସତର୍କ ସୂଚନା ଜାରି କରାଯାଇଛି । ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ବରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ, କନ୍ଧମାଳ, ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ୨୧ ତାପିଖ ପାଇଁ ହିଟ୍ ୱେବ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ବଲାଙ୍ଗିର ପାଇଁ ହିଟ୍ ୱେବ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications