Get Updates
Get notified of breaking news, exclusive insights, and must-see stories!

ଦାନା ବାନ୍ଧୁଛି ଲଘୁଚାପ, ବଢିପାରେ ବର୍ଷା ପରିମାଣ

ଭୁବନେଶ୍ୱର: ସାରା ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ବର୍ଷା ଲାଗି ରହିଥିବା ବେଳେ ଦାନା ବାନ୍ଧୁଛି ଏକ ଲଘୁଚାପ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ ହେବାର ସମ୍ଭାବନା ଅଛି ।

low pressure

ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା -ପଶ୍ଚିମବଙ୍ଗ ଉପକୂଳରେ 7୬ କିମି ଉଚ୍ଚତା ଯାଏଁ ବାୟୁମଣ୍ଡଳରେ ସକ୍ରିୟ ଥିବା ଘୁର୍ଣ୍ଣି ବଳୟ ପ୍ରଭାବରେ ଆଗାମୀ 24 ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ।

ଅପରପକ୍ଷରେ ସାରା ଓଡ଼ିଶାରେ ଅଗ୍ରସର ହୋଇଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାର ପ୍ରଭାବରେ ସାରା ରାଜ୍ୟରେ କୋହଲା ପାଗ ରହିବା ସହ ବର୍ଷା ଲାଗି ରହିଛି । ଏପରିକି ଆଗାମୀ 4 ଦିନ ଯାଏଁ ଏପରି ବର୍ଷା ଲାଗି ରହିବ । ଏ ନେଇ ଆକଳ କରିଛି ପାଣିପାଗ ବିଭାଗ ।

ଆସନ୍ତା 27 ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ ବୋଲି ଅନୁମାନ କରାଯାଉଛି । ଏ ନେଇ ଆଜି 19 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ସୁବର୍ଣ୍ଣପୁର, ସମ୍ବଲପୁର, ବାଲେଶ୍ୱର, ନୟାଗଡ଼, ଅନୁଗୁଳ, କନ୍ଧମାଳ, ଭଦ୍ରକ, ପୁରୀ, ବୌଦ୍ଧ, ଦେବଗଡ଼,କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+