ବଙ୍ଗୋପସାଗରରେ ଘନୀଭୂତ ହେଉଛି ସୁଦୃଶ୍ୟ ଲଘୁଚାପ ; ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା

ବଙ୍ଗୋପସାଗରରେ ଘନିଭୂତ ହେଉଛି ସୁଦୃଶ୍ୟ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତା ୩ ଘଣ୍ଟା ପାଇଁ ୮ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

ବିଜୁଳି, ଘଡ଼ ଘଡ଼ ସହ ମଧ୍ୟମ ଧରଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଂଜାମ, ଗଜପତି, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅଲର୍ଟ କରାଯାଇଛି ।

ଅନ୍ୟପଟେ ଆସନ୍ତା ୧୨ ଘଣ୍ଟାରେ ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ଅବପାତରେ ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।

Bay of Bengal

ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ରାଜ୍ୟରେ ୪ ଦିନ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ପ୍ରବଳ ବର୍ଷା କାରଣରୁ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ । ଏଥିପାଇଁ ସଂଲଗ୍ନ ଅଞ୍ଚଳର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର । ଭୁବନେଶ୍ୱର ଏବଂ କଟକରେ ମଧ୍ୟ ବର୍ଷା ନେଇ ଆକଳନ ହୋଇଛି । ବର୍ଷା ସହିତ ଘଡଘଡି ଆଶଙ୍କା କରିଛି ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+