ବର୍ଷା ଆସୁଛି : 36 ଘଣ୍ଟାରେ ଡିପ୍ରେସନରେ ପରିଣତ ହେବ ଲଘୁଚାପ
ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା 36 ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ
ଭୁବନେଶ୍ୱର : ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା 36 ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ । ଫଳରେ ଏହାର ପ୍ରଭାବରେ ଉତ୍ତର, ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ ବୋଲି କହିଛି ଭୁବନେଶ୍ୱରର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା 48 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ବାବନା ରହିଛି ।

ଏହା ଏବେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । 25 ତାରିଖ ବେଳକୁ ଏହା ତାମିଲନାଡୁ ଓ ପୁଡୁଚେରୀ ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଓଡ଼ିଶାର ଯେଉଁ ସମସ୍ତ ସ୍ଥାନମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି ସେଗୁଡିକ ହେଲା ବାଲେଶ୍ୱର, ନବରଙ୍ଗପୁର, କନ୍ଧମାଳ. କୋରାପୁଟ, ମାଲକାନାଗିରି, ଗଜପତି, ଗଞ୍ଜାମ, ରାୟଗଡା, ବଲାଙ୍ଗୀର, କଟକ, ନୂଆପଡ଼ା, ନୟାଗଡ. ଯାଜପୁର, ଭଦ୍ରକ, ଖୋର୍ଧା, ଜଗସିଂହପୁର ଓ କେନ୍ଦ୍ରାପଡା ।












Click it and Unblock the Notifications