ଆଜି ସୃଷ୍ଟି ହେବ ଲଘୁଚାପ ! ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଆଜି ସୃଷ୍ଟି ହେବ ଲଘୁଚାପ ! ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ । ଘୂର୍ଣ୍ଣିବଳୟଟି ଉତ୍ତର ବଙ୍ଗୋପସାଗରରେ ପ୍ରବେଶ କରିବା ସମ୍ଭାବନା ପ୍ରଭାବ‌ରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ପୂର୍ବାନୁମାନ ।

ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ କୋରାପୁଟରେ ବର୍ଷା ହୋଇପାରେ। ସାରା ଓଡ଼ିଶାକୁ ୟେଲୋ ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ।

Meteorological department issues yellow warning for entire Odisha

ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଅର୍ଥାତ ଗୁରୁବାର ଏକ ଲଘୁଚାପ ସୃଷ୍ଟି ହେବ। ଏହା ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଅନ୍ୟପଟେ ଲଘୁଚାପ ସୃଷ୍ଟି ପରେ ଏହା ଅଧିକ ଘନୀଭୂତ ହୋଇ ସଦୃଶ ଲଘୁଚାପ ଓ ଅବପାତର ରୂପ ନେବାକୁ ଥିବାରୁ ଆଗକୁ ବର୍ଷାର ପ୍ରଭାବ ଆହୁରି ବଢ଼ିବାର ସମ୍ଭାବନା ରହିଛି। ଏହ ଲଘୁଚାପ ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବାକୁ ଥିବା ବେଳେ ୨୪ ଓ ୨୫ ତାରିଖରେ ବର୍ଷାର ପ୍ରଭାବ ସବୁଠୁ ଅଧିକ ରହିବ ବୋଲି ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ରୁ ୨୭ ତାରିଖ ପର୍ଯନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଗୁରୁବାର ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଚାରି ଜିଲ୍ଲାରେ ୭ରୁ ୨୦ ସେମି ବର୍ଷା ନେଇ ଅରେଞ୍ଜ ଆର୍ଲଟ ଜାରି ହୋଇଛି। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଜପତିକୁ ପ୍ରବଳ ବର୍ଷା ସହ ବିଜୁଳି ଘଡଘଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପରାମର୍ଶ ଦିଆଯାଇଛି। ଅନ୍ୟପଟେ ବୁଧବାର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଭୁବନେଶ୍ୱର ସମେତ କଟକ, ପୁରୀ ଦାରିଙ୍ଗବାଡ଼ି, ଛତ୍ରପୁର, ନାୟଗଡ଼, ଖୋର୍ଦ୍ଧା, ରାୟଗଡ଼ା ଓ ପାରଳା ଖେମୁଣ୍ଡି ଆଦିରେ ପ୍ରବଳ ବର୍ଷା ହୋଇଛି। ଏହି ସମୟରେ ଭୁବନେଶ୍ୱରରେ ସର୍ବାଧିକ ୭୦ ମିମି ବର୍ଷା ରେକର୍ଡ ହୋଇଛି। ପ୍ରବଳ ବର୍ଷା ପ୍ରଭାବରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+