ଆଜି ଅବପାତରେ ପରିଣତ ହେବ ଲଘୁଚାପ: ୨୭ରୁ ପ୍ରବଳ ବର୍ଷା

Odisha Weather: ଆଜି ଅବପାତରେ ପରିଣତ ହେବ ସୁଦୃଶ୍ୟ ଲଘୁଚାପ । ଯାହା ପ୍ରଭାବରେ ରାଜ୍ୟରେ ୨୭ ରୁ ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି ।

Odisha Weather

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଦକ୍ଷିଣ ପୂର୍ବ ବଙ୍ଗୋପସାଗରେ ତତ୍ ସଂଲଗ୍ନ ଭାରତ ମହାସାଗର ନିକଟସ୍ଥ ଅଞ୍ଚଳରେ ଅବସ୍ଥିତ ସୁଦୃଶ୍ୟ ଲଘୁଚାପ । । ଏହା ପ୍ରଭାବରେ ୨୫ରୁ ୨୭ ତାରିଖ ମଧ୍ୟରେ ତାମିଲନାଡୁ ଓ ପଣ୍ଡିଚେରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ୨୮ ଓ ୨୯ ତାରିଖରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଉପକୂଳ ଆନ୍ଧ୍ରପ୍ରଦେଶରେ ପ୍ରବଳ ବର୍ଷା ହେବର ଆକଳନ କରିଛି ପାଣିପାଗ ବିଭାଗ । ଏହା ପ୍ରଭାବରେ ୨୫ ଓ ୨୬ ତାରିଖରେ ଓଡ଼ିଶାରେ ପାଗ ମେଘୁଆ ରହିବା ସହ ୨୭ ତାରିଖରୁ ୩ ଦିନ ଧରି ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା କିମ୍ବା ଘଡ଼ିଘଡ଼ି ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+