ଆଜି ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଆଜି ଲଘୁଚାପ । ଉତ୍ତରପଶ୍ଚିମ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଲଘୁଚାପ ପ୍ରଭାବରେ ୪ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

rain

ଆସନ୍ତାକାଲି ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏଣୁ ଏହି ୪ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ରଥଯାତ୍ରା ଦିନ ରାଜ୍ୟରେ ବର୍ଷାର ପ୍ରକୋପ ସାମାନ୍ୟ କମିବ। ବାଲେଶ୍ବର, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ନୟାଗଡ଼, ଗଞ୍ଜାମ ଓ ଗଜପତିରେ ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । କିନ୍ତୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, ଝାରସୁଗୁଡ଼ା ଓ କନ୍ଧମାଳ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷିପାରେ । ୨୮ ତାରିଖ ଦିନ ବି ରାଜ୍ୟର କେତେକାଂଶରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ଦିନ ସାରା ବର୍ଷା ଲାଗିରହିଥିବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+