Get Updates
Get notified of breaking news, exclusive insights, and must-see stories!

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଲଘୁଚାପ, କାଲି ନେବ ଅବପାତ ରୂପ

ସୁଦୃଶ୍ୟ ଲଘୁଚାପରେ ପରିଣତ ହେଲା ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ଦିଗ କରି ଆସନ୍ତାକାଲି(22 ଅକ୍ଟୋବର) ଅପରାହ୍ଣ ସୁଦ୍ଧା ଅବପାତରେ ପରିଣତ ହେବ । ଉତ୍ତର ତାମିଲନାଡୁ, ପୁଡୁଚେରୀ, ଦକ୍ଷିଣ ଆନ୍ଧ୍ର ଉପକୂଳ ଆଡକୁ ଗତି କରିବ । ପରବର୍ତ୍ତା 24 ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆଗାମୀ ୫ ଦିନ ଯାଏଁ ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Low pressure turns into a moderate depression

ଆସନ୍ତା 3 ଘଣ୍ଟା ପାଇଁ ଏହି ଜିଲ୍ଲାକୁ ୱାର୍ଣ୍ଣିଂ:

ଆସନ୍ତା 3 ଘଣ୍ଟା ମଧ୍ୟରେ ଘଡଘଡି ବିଜୁଳି ସହ କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଜିଲ୍ଲା ଗୁଡିକ ହେଲା କେନ୍ଦ୍ରାପଡା, କଳାହାଣ୍ଡି ଓ ନବରଙ୍ଗପୁର । ଲୋକଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।

5 ରୁ 7 ଦିନ ବର୍ଷା ସମ୍ଭାବନା, ଚାଷୀ ରୁହନ୍ତୁ ସତର୍କ:

ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଆଗାମୀ ୫-୭ ଦିନ ରହିବ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ କହିଛି । ବିଶେଷ କରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାର ବର୍ଷାର ପ୍ରଭାବ ରହିବ । ବିଜୁଳି, ଘଡଘଡି ଓ ଝଟକା ପବନ ସମ୍ଭାବନା ଥିବା ବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି ।

ଆଜି 20 ଜିଲ୍ଲାକୁ ୱାର୍ଣ୍ଣିଂ:

ଆଜି ଦକ୍ଷିଣ ଓଡିଶାର ଓ ଉପକୂଳ ଓଡ଼ିଶାର 20 ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି ଘଡଘଡି ବର୍ଷା ସହ ଝଟକା ପବନ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ବହିପାରେ । ମାଲକାନଗିରି, କୋରାପୁଟ ରାୟଗଡା, ଗଜପତି, କନ୍ଧମାଳ, ଗଞ୍ଜାମ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ।

ଆସନ୍ତାକାଲି ପାଇଁ ଏସବୁ ଜିଲ୍ଲାକୁ ୱାର୍ଣ୍ଣିଂ:

ଆସନ୍ତାକାଲି (22 ଅକ୍ଟୋବର)ରେ ଉପକୂଳବର୍ତ୍ତୀ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, ନୟାଗଡ, ପୁରୀ, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ବାଲେଶ୍ବର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

23 ଅକ୍ଟୋବର ବର୍ଷା ୱାର୍ଣ୍ଣିଂ:

ଆସନ୍ତା 23ରେ ରାଜ୍ୟର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

24ରୁ ବଢିବ ବର୍ଷା:

ସେହିପରି ଆସନ୍ତା 24ରୁ ରାଜ୍ୟରେ ବର୍ଷା ବଢିବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅକ୍ଟୋବର 24, ଅକ୍ଟୋବର 25 ଓ ଅକ୍ଟୋବର 26ରେ ବର୍ଷା ବଢିବାର ସମ୍ଭାବନା ଥିବା ସୂଚନା ଦେଇଛନ୍ତି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ।

ବାତ୍ୟା ସମ୍ଭାବନା ରହିଛି କି ?

ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ' ଆଜି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହାର 24 ଘଣ୍ଟା ପରେ ଅବପାତର ରୂପ ନେବ । ଏହା ଓଡ଼ିଶା ଉପରେ ସିଧାସଳଖ ପ୍ରଭାବ ପଡିବ ନାହିଁ । ବିଜୁଳି ଘଡଘଡି ସହ ବର୍ଷା ହେବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+