ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ ,ବାଲେଶ୍ୱରର ପୂର୍ବ ଓ ଉତ୍ତର-ପୂର୍ବରେ ଅବପାତ
Odisha Low pressure update : ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ
ଭୁବନେଶ୍ୱର: ଅବପାତ ରୂପ ନେଲା ସୁଦୃଶ୍ୟ ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ଏହା ଦିଘାର ଦକ୍ଷିଣ-ପୂର୍ବରେ ୧୦ କିମି ଦୂରରେ ରହିଛି । ବାଲେଶ୍ୱର ଠାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦ କିମି ଦୂରରେ କେନ୍ଦ୍ରୀଭୂତ ଅଛି । ୬ ଘଣ୍ଟା ମଧ୍ୟରେ ଉପକୂଳ ଅତିକ୍ରମ କରିବ । ଆଗାମୀ ୨୪ ଘଣ୍ଟା ଯାଏଁ ପ୍ରବଳ ବର୍ଷା ଲାଗି ରହିବ । ଟୁଇନ୍ ସିଟିରେ ମଧ୍ୟ ବର୍ଷା ଲାଗି ରହିବ। ଯାହା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି । ତେବେ ଏରସମାରେ ସର୍ବାଧିକ ବର୍ଷା ୨୧୫ ମିଲିମିଟର ବର୍ଷା ରେକର୍ଡ ହୋଇଛି । ସୁନ୍ଦରଗଡ଼ ହେମଗିରିରେ ୨୧୦.୪ ମିଲିମିଟର, ପୁରୀ ଅସ୍ତରଙ୍ଗରେ ୧୬୮ ମିଲିମିଟର ଓ ପୁରୀ ସହରରେ ୯୪ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ ସମ୍ବଲପୁରରେ ୧୪୬, ହୀରାକୁଦରେ ୧୦୭.୬, ଗଜପତି ଜିଲ୍ଲା ଆର୍ ଉଦୟଗିରିରେ ୧୦୪ ମିଲିମିଟର ବର୍ଷା ରେକର୍ଡ ହୋଇଛି । ତେବେ ଅଗଷ୍ଟ ୧୫ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେଲେ ମଧ୍ୟ ବୃଷ୍ଟିପାତର ତୀବ୍ରତା ହ୍ରାସ ପାଇପାରେ ।












Click it and Unblock the Notifications