ଆସୁଛି ଆଉ ଏକ ଲଘୁଚାପ! ୧୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
Odisha Weather: ୧୫ ନଭେମ୍ବରରେ ଆସୁଛି ଆଉ ଏକ ଲଘୁଚାପା । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପରେ ପଶ୍ଚିମ-ଉତ୍ତର-ପଶ୍ଚିମକୁ ଗତି କରିବ । ଯାହା ୧୬ ତାରିଖ ବେଳକୁ ଅଧିକ ଘନୀଭୂତ ହେବାର ଆଶଙ୍କା ରହିଛି । ଏନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଏହାର ପ୍ରଭାବରେ ୧୬ ତାରିଖ ବେଳକୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ଏବଂ ତତସଂଲଗ୍ନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇପାରେ । ଅନ୍ୟପକ୍ଷକେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ ।
ଦକ୍ଷିଣପୂର୍ବ ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ #୧୫ନଭେମ୍ବର ବେଳକୁ ଏକ #ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି
— Meteorological Centre, Bhubaneswar (@mcbbsr) November 10, 2023
ଏହି ଲଘୁଚାପ ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, ଭଦ୍ରକ, ବାଲେଶ୍ୱର, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଉପକୂଳ ଓଡ଼ିଶା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ଼ ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ଯାରିକରାଯାଇଛି ।

ସେହିପରି ରାତିର ତାପମାତ୍ରାରେ ଏବେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରିକରାଯାଇଛି । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ତାପମାତ୍ରା ଆହୁରି କମିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।












Click it and Unblock the Notifications