ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ!
ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ ସୂଚନା ଦେଇଛି। ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟଟି ଲଘୁଚାପର ରୂପ ନେଇପାରେ। ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ।

ପରବର୍ତ୍ତୀ ଦୁଇଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡ଼େ ମୁହାଁଇବ। ଏହାର ପ୍ରଭାବରେ ୧୨ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ।












Click it and Unblock the Notifications