ମହାନଦୀ ବନ୍ୟା ପାଣିରେ ବୁଡିଲା ମା ଭଟ୍ଟାରିକାଙ୍କ ମନ୍ଦିର
ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀର ବନ୍ୟାଜଳ। କଟକ ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମା' ଭଟ୍ଟାରିକାଙ୍କ ମନ୍ଦିରରେ ପଶିଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ଗେଟ୍ ଖୋଲାଯାଇଥିବାରୁ ମନ୍ଦିର ବେଢାରେ ବନ୍ୟାଜଳ ପ୍ରବେଶ କରିଛି । ବନ୍ୟାଜଳ ଯଦିଓ ମା'ଙ୍କ ମନ୍ଦିରକୁ ଛୁଇଁଛି ତଥାପି ମାଙ୍କୁ ଜଳାଶାୟୀ କରିପାରିନି ।

ଗତକାଲି ଠାରୁ ବନ୍ୟାଜଳ ବଢିବାରେ ଲାଗିଛି । ଯଦି ମନ୍ଦିରରେ ବନ୍ୟାଜଳ ପ୍ରବେଶ କରେ ତେବେ ମାଙ୍କ ମନ୍ଦିର ପାଖରେ ଥିବା ରୋଷ ଘରକୁ ମାଙ୍କୁ ସ୍ଥାନାନ୍ତର କରାଯିବ । ସେଥିପାଇଁ ସେବାୟତ ସଜାଗ ଥିବାବେଳେ ବଡମ୍ବା ଦେବୋତ୍ତର ବିଭାଗ ମଧ୍ୟ ସଜାଗ ରହିଛି । ମନ୍ଦିରରେ ମାଆଙ୍କର ପୂଜା ରୀତିରେ ଯେମିତି କୌଣସି ବ୍ୟାଘାତ ନଘଟେ ସେଥିପ୍ରତି ବଡମ୍ବା ଦେବୋତ୍ତର ବିଭାଗ ତରଫରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି ।












Click it and Unblock the Notifications