ଶକ୍ତିପୀଠରେ ଦେବୀଙ୍କ ଦଶମୀ ପୂଜା, ମଣ୍ଡପରେ ଆଜି ମହାନବମୀ
ଧରାବତରଣ କରିଛନ୍ତି ଜଗତଜନନୀ ମାଆ ଦୁର୍ଗା । ଆଜି ମଣ୍ଡପରେ ମହାନବମୀ । ଦୁର୍ଗାପୂଜା ପାଇଁ ସବୁଠି ଆଧ୍ୟାତ୍ମିକ ପରିବେଶ । ପୀଠରେ ଚାଲିଛି ଦଶମୀ ପୂଜା । ପୁରୋହିତଙ୍କ ମନ୍ତ୍ର ଉଚ୍ଚାରଣ, ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହେଉଛି ପରିବେଶ । ସ୍ବତନ୍ତ୍ର ରୀତିନୀତି ଅନୁସାରେ ଜଗଜ୍ଜନନୀ ମାଆ ଦୁର୍ଗାଙ୍କ ପୂଜାର୍ଚ୍ଚନା କରାଯାଉଛି । ମାଆଙ୍କୁ ଦର୍ଶନ ପାଇଁ ଲାଗିରହିଛି ଶ୍ରଦ୍ଧାଳୁଙ୍କ ଗହଳି ଚହଳି । ଝଟକୁଛି ରୌପ୍ୟ ନଗରୀ କଟକ ସହର । ରୀତିନୀତି ସହ ସମସ୍ତ ପୂଜା ଜାରି ରହିଛି ।

ସେପଟେ ସୁଉଚ୍ଚ ତୋରଣ ସାଙ୍ଗକୁ ରଙ୍ଗୀନ୍ ଆଲୋକ ମାଳାରେ ଝଲସୁଛି ପୂରା ଭୁବନେଶ୍ବର । ଦେବୀଙ୍କ ଦର୍ଶନ ପାଇଁ ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଆଲୋକ ତୋରଣ ସାଙ୍ଗକୁ ବିଭିନ୍ନ ପ୍ରକାର ଦୋଳି ଓ ଆହୁରି କେତେ କ'ଣ ରହିଛି ଦର୍ଶକଙ୍କ ପାଇଁ । ବିଶେଷ କରି ସହିଦନଗର, ରସୁଲଗଡ଼, ବରମୁଣ୍ଡା, ନୂଆପଲ୍ଲୀ, ଜନପଥ ଗିରିଦୁର୍ଗା ମନ୍ଦିର, ବଢ଼େଇବାଙ୍କ ଛକ, ବରମୁଣ୍ଡା ଗାଁ, ଡମଣା, ଶିଶୁପାଳଗଡ଼ ଛକ, ଚନ୍ଦ୍ରଶେଖରପୁର ହାଉସିଂବୋର୍ଡ କଲୋନି, ନୀଳାଦ୍ରିବିହାର, ଡିଷ୍ଟ୍ରିକ୍ଟ ସେଣ୍ଟର୍, ପଳାଶୁଣି, ପଟିଆ, ଲକ୍ଷ୍ମୀସାଗର, ଝାରପଡ଼ାର ଦୁଇ ପୂଜାମଣ୍ଡପ, ଷ୍ଟେସନ୍ବଜାର ଆଦି ପୂଜାମଣ୍ହପରେ ଅଧିକ ଭିଡ଼ ହୋଇଛି । ଭକ୍ତଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ମୁତୟନ ହୋଇଛନ୍ତି । ଏହାସହ ବ୍ୟାରିକେଡ୍ ବ୍ୟବସ୍ଥା ମଧ୍ୟ ହୋଇଛି ।
-
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ଆଜିଠୁ୯ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି -
ସରକାରଙ୍କ ବଡ଼ ନିଷ୍ପତ୍ତି, ତୃତୀୟ ସନ୍ତାନ ଜନ୍ମ କଲେ ମିଳିବ ୨୫ ହଜାର -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ନେପାଲରେ ବାଲେନ ଶାହ ସରକାର ! -
ଖେମିନିଙ୍କ ସୋସିଆଲ ମିଡିଆ ଆକାଉଣ୍ଟରୁ ଇସ୍ରାଏଲକୁ ଧମକ, ଇସ୍ରାଏଲୀକୁ ସିଧାସଳଖ ଚେତାବନୀ -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ରବିବାର ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ ଫାଇଟ୍; ଅପରାହ୍ଣ ୫.୩୦ରେ ଆରମ୍ଭ ହେବ ଉଦଯାପନୀ ଉତ୍ସବ












Click it and Unblock the Notifications