ମାଧୋ ସିଂ ହାତଖର୍ଚ୍ଚ ଯୋଜନା: ନବମ-ଏକାଦଶ ଛାତ୍ରଛାତ୍ରୀଙ୍କୁ ୫ ହଜାର

ଅଧାରୁ ପାଠ ଛାଡୁଥିବା ଜନଜାତି ସମ୍ପ୍ରଦାୟର ଛାତ୍ରଛାତ୍ରୀଙ୍କୁ ପୁଣି ସ୍କୁଲକୁ ଫେରାଇ ଆଣିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସରକାର ନୂଆ ଯୋଜନା ପ୍ରସ୍ତୁତ କରିଛନ୍ତି ।

ଆର୍ଥିକ ସ୍ବଚ୍ଛଳ ନ ଥିବା କାରଣରୁ ପାଠ ଛାଡୁଥିବା ଛାତ୍ରଛାତ୍ରୀଙ୍କ ଶିକ୍ଷା ଜାରି ରଖିବା ପାଇଁ ଏଣିକି ସରକାର ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀମାନଙ୍କୁ ବର୍ଷକୁ ୫ ହଜାର ଟଙ୍କାର ହାତଖର୍ଚ୍ଚ ପ୍ରଦାନ କରିବେ ।

ଏହା ଦ୍ବାରା ରାଜ୍ୟର ୩ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ ବୋଲି ବିଧାନସଭାରେ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ପ୍ରଦାନ କରିଛନ୍ତି ।

Madhe Singh hata kharcha Scheme

ସହିଦ ମାଧୋ ସିଂ ଯୋଜନା ଅନ୍ତର୍ଗତ ଏହି ଆର୍ଥିକ ସହାୟତା ପ୍ରଦାନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି । ଏହି ଯୋଜନାରେ ରାଜ୍ୟ ସରକାର ମୋଟ ୧୫୬ କୋଟି ଟଙ୍କା ଖର୍ଚ୍ଚ କରିବେ । ଆଦିବାସୀ ପିଲାଙ୍କ ଡ୍ରପ ଆଉଟକୁ ନେଇ ଚିନ୍ତିତ ମୋହନ ସରକାର ଏକ ଯୋଜନା ଆଣିଛନ୍ତି । ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାରେ ଆଦିବାସୀ ପିଲାଙ୍କୁ ପ୍ରୋତ୍ସାହନ ରାଶି ମିଳିବ । ଚଳିତ ବଜେଟରେ ଏହାକୁ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଘୋଷଣା କରିଥିଲେ। ଏହି ଯୋଜନା ଅଧୀନରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଜନଜାତି ଛାତ୍ରୀଛାତ୍ରଙ୍କୁ ବାର୍ଷିକ ୫ ହଜାର ଟଙ୍କା ମିଳିବ । ତେବେ ଏହା କେବେଠୁ ମିଳିବ ସେନେଇ କୌଣସି ସୂଚନା ପ୍ରକାଶ ପାଇନାହିଁ ।

ଶିକ୍ଷାକ୍ଷେତ୍ର ପାଇଁ ଚଳିତ ବର୍ଷ ବଜେଟରେ ୩୫ ହଜାର ୫୩୬ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସେହିପରି ପ୍ରାଥମିକ ସ୍ତରରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ନୂଆ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ସରକାର ଆରମ୍ଭ କରିଛନ୍ତି । ବଜେଟରେ ଏଥିପାଇଁ ୫୦ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ସେହିପରି ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା ପାଇଁ ୭୦୧ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+