ମଧୁବାବୁ ପେନସନ ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର, ଜାଣନ୍ତୁ କେତେ ଟଙ୍କା ବଢିଲା ପେନସନ୍ ରାଶି

ଭୁବନେଶ୍ଵର: ମଧୁବାବୁ ପେନସନ ଯୋଜନାର ରାଶି ବୃଦ୍ଧି କଲେ ରାଜ୍ୟ ସରକାର । ମାସିକ ପେନସନ ରାଶିରେ 500 ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ । ଏହା ପରେ ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନେ ସର୍ବନିମ୍ନ ପେନସନ ରାଶି 1000 ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ହିତାଧିକାରୀମାନେ ଚଳିତ ଫେବୃଆରୀ ମାସରୁ ପାଇବେ ।

madhubabu pension yojana

ପୂର୍ବରୁ ଏହି ଯୋଜନାରେ ହିତାଧିକାରୀମାନେ ଯଥାକ୍ରମେ 500, 700 ଓ 900 ଟଙ୍କା ପାଉଥିଲେ । ପେନସନ ରାଶି ବୃଦ୍ଧି ପରେ ସେମାନେ ଏବେ ଯଥାକ୍ରମେ 1000, 1200 ଓ 1400 ଟଙ୍କା ପାଇବେ । ଏହି ବର୍ଦ୍ଧିତ ପେନସନ ପାଇଁ ରାଜ୍ୟ ସରକାର ବାର୍ଷିକ 3683 କୋଟି ଟଙ୍କା ଖର୍ଚ୍ଚ କରିବେ ।
ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମ ହିତାଧିକାରୀଙ୍କ ପାଇଁ ମାସିକ ପେନସନରେ ମଧ୍ୟ 500 ଟଙ୍କା ବୃଦ୍ଧି ଘୋଷଣା କରିଛନ୍ତି । ମଧୁବାବୁ ପେନସନ ଯୋଜନାରେ ହିତାଧିକାରୀମାନଙ୍କୁ ଫେବୃଆରୀ ମାସର ପେନସନ ଫେବୃଆରୀ 20 ରୁ 25 ତାରିଖ ମଧ୍ୟରେ ପ୍ରତ୍ୟକ୍ଷ ଭାବେ ମିଳିବ ।

5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳର ଲୋକ ମାନେ ଏହି ପେନସନ ରାଶି ବୃଦ୍ଧି କରିବାକୁ ଅନୁରୋଧ କରିଥିଲେ । ଲୋକଙ୍କ ଅନୁରୋଧକୁ ଗ୍ରହଣ କରି ମୁଖ୍ୟମନ୍ତ୍ରୀ ସାମାଜିକ ସୁରକ୍ଷା ପେନସନ ଯୋଜନାର ଏହି ପେନସନ ରାଶି ପରିମାଣକୁ ବୃଦ୍ଧି କରିଛନ୍ତି ।

ନିକଟରେ ମୁଖ୍ୟମନ୍ତ୍ରୀ ମଧୁବାବୁ ପେନସନ ଯୋଜନାର ହିତାଧିକାରୀମାନଙ୍କ ସଂଖ୍ୟା ବୃଦ୍ଧି କରିଥିଲେ । ଗତ ବର୍ଷ ଅଗଷ୍ଟରେ 4.13 ଲକ୍ଷ ବୃଦ୍ଧି ପାଇଥିଲା ଏବଂ ଏବେ ଆଉ 4 ଲକ୍ଷ ଅନ୍ତର୍ଭୁକ୍ତ ହେବା ପରେ ବର୍ତ୍ତମାନ ସମୁଦାୟ 36.75 ଲକ୍ଷ ହିତାଧିକାରୀ ଏହି ଯୋଜନାର ଲାଭ ପାଉଛନ୍ତି ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ବିଭିନ୍ନ ବର୍ଗର ଲୋକଙ୍କ ପାଇଁ ସାମାଜିକ ସୁରକ୍ଷା ପେନସନ ବ୍ୟବସ୍ଥା କରିଛନ୍ତି । ଏଥିରେ ବରିଷ୍ଠ ନାଗରିକ, ବିଧବା, ଭିନ୍ନକ୍ଷମ, ଅବିବାହିତା ମହିଳା, ସୁସ୍ଥ ହୋଇଥିବା କୁଷ୍ଠ ରୋଗୀ, ଓଡିଶା ରାଜ୍ୟ ଏଡ୍‌ସ ସେଲ ଦ୍ୱାରା ଚିହ୍ନଟକୃତ ଏଡ୍‌ସ ରୋଗୀ, ଛାଡ଼ପତ୍ର ପାଇଥିବା ମହିଳା, transgender, କୋଭିଡ ଦ୍ୱାରା ହୋଇଥିବା ଅନାଥ ପିଲା ଓ ବିଧବାଙ୍କ ସହିତ ଅନାନ୍ୟ ଦୁର୍ବଳ ଶ୍ରେଣୀର ବ୍ୟକ୍ତିଙ୍କୁ ସାମିଲ କରାଯାଇଛି । ଏଥି ସହିତ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ହିତାଧିକାରୀମାନଙ୍କୁ ମଧ୍ୟ ରାଜ୍ୟ ସରକାର ଅତିରିକ୍ତ ସହାୟତା ଦେଉଛନ୍ତି ।
ଏହି ଯୋଜନାରେ ଛୋଟ ପିଲା ଠାରୁ 79 ବର୍ଷ ପର୍ଯ୍ୟନ୍ତ ହିତାଧିକାରୀ ମାନେ ମାସକୁ 500 ଟଙ୍କା ପାଇଥାନ୍ତି । 80 ବର୍ଷ ବା ଅଧିକ ବୟସର ଲୋକ ମାସକୁ 700 ଟଙ୍କା ପାଆନ୍ତି ।

ଭିନ୍ନକ୍ଷମ ବ୍ୟକ୍ତିଙ୍କ କ୍ଷେତ୍ରରେ 40 ରୁ 59 ପ୍ରତିଶତ ଅକ୍ଷମତା ଥିବା ଲୋକ ମାସକୁ 500 ଟଙ୍କା ପାଉଥିବା ବେଳେ 60 ପ୍ରତିଶତ ବା ଅଧିକ ଅକ୍ଷମତା ଥିବା ବ୍ୟକ୍ତି 700 ଟଙ୍କା ପାଆନ୍ତି । 60 ପ୍ରତିଶତରୁ ଅଧିକ ଅକ୍ଷମତା ଥିବା 80 ବର୍ଷ ବୟସରୁ ଉର୍ଦ୍ଧ୍ୱ ଲୋକଙ୍କୁ ମାସିକ 900 ଟଙ୍କା ମିଳିଥାଏ । ବର୍ତ୍ତମାନ ସମସ୍ତେ ବର୍ଦ୍ଧିତ ଭତ୍ତା ପାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+