ମଧୁସୂଦନ ପାଢ଼ୀ ରାଜ୍ୟ ନିର୍ବାଚନ କମିଶନର; ଖାଲି ପଡ଼ିଥିଲା କମିଶନର ପଦ

ବଦଳିଲେ ଓଡ଼ିଶାର ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଗୁରୁ ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ ।

ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ ।

ସେପଟେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ନିକଟରେ ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି 'କମେଡି ଇନ ଖାକି' ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିଲା। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ ତଥ୍ୟ ପଦାକୁ ଆଣିଥିଲେ। ପ୍ରକାଶ ମିଶ୍ର ନାଁ ନ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିଲେ।

Madhusudan Padhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+