ମହାପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିରରେ ଉଠିଲା ମହାଦୀପ: ଦର୍ଶନ କଲେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ
ଭୁବନେଶ୍ବର: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ରାତି 10 ଟା 38ରେ ମହାଦୀପ ଉଠିଛି। ମହାଦୀପ ଦର୍ଶନ ପରେ ବ୍ରତାଧାରୀମାନେ ନିଜ ବ୍ରତ ସମାପନ କରିଛନ୍ତି।
ପବିତ୍ର ଜାଗରରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ପାଇଁ ଲକ୍ଷଲକ୍ଷ ଶ୍ରଦ୍ଧାଳୁ ଏକାମ୍ର କ୍ଷେତ୍ରକୁ ଛୁଟି ଆସିଥିଲେ। ଭୋର୍ ୩ଟାରୁ ମନ୍ଦିରକୁ ଭକ୍ତଙ୍କ ସୁଅ ଛୁଟିଥିଲା। ରାତି ବଢ଼ିବା ସହ ମହାଦୀପ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ି ଚାଲିଥିଲା। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଆଖି ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଚୂଡ଼ାରେ ଲାଖି ରହିଥିଲା।













Click it and Unblock the Notifications