ମହାନଦୀ ବିବାଦ: '୨ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା ଜରିଆରେ ହେବ ସମାଧାନ'

ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶଗଡ଼ ସହିତ ଚାଲିଥିବା ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, କେନ୍ଦ୍ରୀୟ ଜଳ କମିସନରେ ସମସ୍ୟା ସମାଧାନ ପାଇଁ ହେଉଥିବା ଉଦ୍ୟମ ମନ୍ଥର ଗତିରେ ଚାଲିଥିବାରୁ କେନ୍ଦ୍ର ସରକାରଙ୍କ ସହଯୋଗରେ ଉଭୟ ରାଜ୍ୟ ମଧ୍ୟରେ ଆପୋଷ ଆଲୋଚନା କରାଯାଇ ଏହି ସମସ୍ୟାର ସମାଧାନ କରାଯାଇପାରିବ। ଏଥିରେ କେନ୍ଦ୍ର ଜଳ କମିଶନ ବୈଷୟିକ ସହଯୋଗ ପ୍ରଦାନ କରିପାରିବ। ଏହାଦ୍ୱାରା ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଥିବା ଦୀର୍ଘଦିନର ବିବାଦ ସମାଧାନ ହୋଇପାରିବ ଏବଂ ଉଭୟ ରାଜ୍ୟ ମଧ୍ୟରେ ସୁସମ୍ପର୍କ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

mohan majhi
ସୂଚନାଯୋଗ୍ୟ ଯେ, ପୂର୍ବରୁ ଫେବ୍ରୁଆରି ମାସରେ ରାଜସ୍ଥାନରେ ହୋଇଥିବା ସର୍ବଭାରତୀୟ ରାଜ୍ୟ ଜଳ ସମ୍ପଦ ମନ୍ତ୍ରୀମାନଙ୍କର ସମ୍ମିଳନୀ ଅବସରରେ ଏବଂ ମାର୍ଚ୍ଚ ମାସରେ ଭୁବନେଶ୍ୱରରେ ହୋଇଥିବା ବିଶ୍ୱ ଜଳଦିବସ ଅବସରରେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ମଧ୍ୟରେ ଏ ବିଷୟରେ ଆଲୋଚନା ହୋଇଥିଲା। ଉଭୟ ମୁଖ୍ୟମନ୍ତ୍ରୀ ଏହାର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ସହିତ ଦୁଇ ରାଜ୍ୟର ଉଚ୍ଚସ୍ତରୀୟ ପଦାଧିକାରୀମାନଙ୍କ ମଧ୍ୟରେ ଏ ସମ୍ପର୍କରେ ଆଲୋଚନା ଜାରି ରହିଛି ବୋଲି ବୈଠକରୁ ଜଣାଯାଇଛି।

ବୈଠକରେ ଆଡଭୋକେଟ ଜେନେରାଲ ପିତାମ୍ୱର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଶାଶ୍ୱତ ମିଶ୍ର ଏବଂ ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ଓ ଇଞ୍ଜିନିୟରମାନେ ଉପସ୍ଥିତ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+