ତ୍ୱରାନ୍ୱିତ ହେଲା ମହାନଦୀ ବନ୍ଦର ପ୍ରକଳ୍ପ କାର୍ଯ୍ୟ, ମିଳିବ 6 ହାଜର ନିଯୁକ୍ତି

ପାରାଦୀପ ବନ୍ଦର ଟ୍ରଷ୍ଟ ଦ୍ୱାରା ମହାନଦୀ ବନ୍ଦରର ନିର୍ମାଣ ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ସହମତି ପ୍ରକାଶ କରିଛି।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଆଜି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ନେତୃତ୍ୱରେ 5T ସଚିବ ଭିକେ ପାଣ୍ଡିଆନ ଏବଂ ବାଣିଜ୍ୟ ଓ ପରିବହନ ସ୍ୱତନ୍ତ୍ର ସଚିବ ମନୋଜ ମିଶ୍ରଙ୍କ ଏକ ଉଚ୍ଚସ୍ତରୀୟ ଟିମ ପ୍ରସ୍ତାବିତ ମହାନଦୀ ବନ୍ଦର ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହି ବରିଷ୍ଠ ଅଧିକାରୀଙ୍କ ସମେତ ପାରାଦୀପ ପୋର୍ଟ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ରିଙ୍କେଶ ରାୟ ଏବଂ ଅନ୍ୟ ଅଧିକାରୀମାନେ ପ୍ରସ୍ତାବିତ ଅଞ୍ଚଳ ବୁଲି ଦେଖିଛନ୍ତି।

ମହାକାଳପଡ଼ା ବିଧାୟକ ଅତନୁ ସବ୍ୟସାଚୀ ନାୟକ ସେଠାରେ ଉପସ୍ଥିତ ରହି ପ୍ରୋଜେକ୍ଟ ବିଷୟରେ ବରିଷ୍ଠ ଅଧିକାରୀ ମାନଙ୍କ ସହିତ ଆଲୋଚନା କରିଥିଲେ । କେନ୍ଦ୍ରାପଡା ଜିଲ୍ଲାପାଳ ସମର୍ଥ ବରମା ମଧ୍ୟ ଆଲୋଚନାରେ ଭାଗ ନେଇଥିଲେ।

Mahanadi port project was accelerated

ସୂଚନାଥାଉ ଯେ, ପାରାଦୀପ ବନ୍ଦର ଟ୍ରଷ୍ଟ ଦ୍ୱାରା ମହାନଦୀ ବନ୍ଦରର ନିର୍ମାଣ ପାଇଁ ରାଜ୍ୟ ସରକାର ଦେଇଥିବା ପ୍ରସ୍ତାବରେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରାଳୟ ସହମତି ପ୍ରକାଶ କରିଛି। ଯାହାର ଏମଓୟୁ ସ୍ଵାକ୍ଷର ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।

କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ୍ ଆଖଡାଶାଳି ଗ୍ରାମ ଅଞ୍ଚଳରେ ହେବାକୁ ଯାଉଥିବା ଏହି ବନ୍ଦର ସବୁଦିନିଆ ବହୁମୁଖୀ ସେବା ଯୋଗାଇବ। ବାର୍ଷିକ ୫୪ ମେଟ୍ରିକ୍ ଟନ୍ କ୍ଷମତା ସମ୍ପନ୍ନ ଏହି ବନ୍ଦର ୪,୦୬୨ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଯାଉଛି । ଯାହାର ୨୨ ମେଟ୍ରିକ୍ ଟନ୍ କ୍ଷମତା ପ୍ରଥମ ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବ। ଏନେଇ ସହାୟକ ଭିତ୍ତିଭୂମି ଯେପରି ରାସ୍ତାଘାଟ, ରେଳ ଯୋଗାଯୋଗ ଆଦି ବିକାଶ ଦାୟିତ୍ୱ ପାରାଦୀପ ପୋର୍ଟ ଟ୍ରଷ୍ଟକୁ ପ୍ରଦାନ କରାଯାଇଛି। ରାଜ୍ୟ ସରକାର ଏହି ପ୍ରକଳ୍ପ ପାଇଁ ୩୦୦ ହେକ୍ଟର ଜମି ଚିହ୍ନଟ କରିଛନ୍ତି। ଏଥିସହ ପ୍ରକଳ୍ପ ପାଇଁ ଆବଶ୍ୟକ ସ୍ଥଳେ ଅତିରିକ୍ତ ଜମି ଯୋଗାଇ ଦେବେ ବୋଲି ରାଜ୍ୟ ସରକାର କହିଛନ୍ତି।

ସୂଚନାଯୋଗ୍ୟ ଯେ, ୨୦୧୮ ମସିହାରେ ରାଜ୍ୟ ସରକାର ମହାନଦୀ ବନ୍ଦର ସ୍ଥାପନ ନେଇ ନିଷ୍ପତ୍ତି ନେବା ସହ ଆରଏଫକ୍ୟୁ ପ୍ରକାଶ କରିଥିଲେ। କିନ୍ତୁ ନିଲାମଧାରୀଙ୍କ ଆଗ୍ରହ ଅଭାବରୁ ଏହି ପ୍ରକଳ୍ପ କାର୍ଯ୍ୟ ଆଗେଇ ପାରିନଥିଲା। ପରେ ପାରାଦୀପ ପୋର୍ଟ ଟ୍ରଷ୍ଟ ଏହି ପ୍ରକଳ୍ପରେ ଆଗ୍ରହ ପ୍ରକାଶ କରି ରାଜ୍ୟ ସରକାରଙ୍କ ସହ ଚୁକ୍ତିନାମା ସ୍ଵାକ୍ଷର ପାଇଁ ପ୍ରସ୍ତାବ ଦେଇଥିଲା।

ଏହି ବନ୍ଦର କାର୍ଯ୍ୟକ୍ଷମ ହେଲେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ପ୍ରଥମ ପର୍ଯ୍ୟାୟରେ ୪୦୦୦ ଓ ଦ୍ଵିତୀୟ ପର୍ଯ୍ୟାୟରେ ୧୭୦୦ ନିଯୁକ୍ତି ସୃଷ୍ଟି କରିବ। ଏହି ନଦୀ ବନ୍ଦର ସହ ରାଜ୍ୟ ସରକାରଙ୍କ ସହଯୋଗରେ ନିର୍ମିତ ହରିଦାସପୁର-ପାରାଦୀପ ରେଳ ଲାଇନ କେନ୍ଦ୍ରାପଡ଼ା ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧି ଓ ପ୍ରଗତିରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+