ମାହାଙ୍ଗା ଡବଲ ମର୍ଡର ମାମଲା: ଶୁଣାଣିରୁ ଓହରିଲେ ବିଚାରପତି ବି.ପି ରାଉତରାୟ
ମାହାଙ୍ଗା ଡବଲ ମର୍ଡର ମାମଲା ଶୁଣାଣିରୁ ଓହରିଲେ ବିଚାରପତି ବି.ପି ରାଉତରାୟ । ଏହା ପରେ ବର୍ତ୍ତମାନ ଅନ୍ୟ ଜଣେ ବିଚାରପତି ଏହି ମାମଲାର ଶୁଣାଣି କରିବେ । ସପ୍ତାହକ ମଧ୍ୟରେ ମୁଖ୍ୟ ବିଚାରପତିଙ୍କ ଅନୁମତି ପରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

ତେବେ ଏହି ମାମଲାର ଶୁଣାଣିରୁ ଜଷ୍ଟିସ୍ ବି.ପି ରାଉତରାୟ କାହିଁକି ଓହରିଛନ୍ତି, ତାହା ସ୍ପଷ୍ଟ ହୋଇନାହିଁ । ଅପରପକ୍ଷରେ ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି ହୋଇଛି । ଏହି ଅବଧି ମଧ୍ୟରେ ବିଧାୟକଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଇପାରିବ ହିଁ ପୋଲିସ ।
2021 ଜାନୁଆରୀ 3 ତାରିଖରେ ବିଜେପି ନେତା ତଥା ପୂର୍ବତନ ମାହାଙ୍ଗା ବ୍ଳକ ଅଧ୍ୟକ୍ଷ କୁଳମଣି ବରାଳ ଏବଂ ତାଙ୍କର ଘନିଷ୍ଠ ସହଯୋଗୀ ଦିବ୍ୟସିଂଘ ବରାଳଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତାରେ ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ଏହି ମାମଲାରେ 13 ଜଣଙ୍କ ନାଁରେ ଥାନାରେ ଅଭିଯୋଗ ହୋଇଥିଲା ।
ସାଲେପୁର JMFCଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ ପ୍ରତାପ ଜେନା । 302ରେ ମାମଲା ଚାଲୁ ପାଇଁ ତଳକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରଯାଇଥିଲା । ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଆଦି ଦେଇଥିବା ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଥିଲେ ।












Click it and Unblock the Notifications