Mahanaga Double Murder Case: କୋର୍ଟରେ ହାଜର ହେଲେନି ପ୍ରତାପ, ଓକିଲଙ୍କ ଜରିଆରେ ହାଜର ହେବାକୁ କଲେ ନିବେଦନ
Mahanaga Double Murder Case: କୋର୍ଟରେ ହାଜର ହେଲେନି ପ୍ରତାପ । ନିଜେ ପ୍ରତ୍ୟେକ୍ଷ ଭାବେ ହାଜର ନ ହୋଇ ଓକିଲଙ୍କ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଛନ୍ତି ପ୍ରତାପ । ସିଆରପିସି 205 ଧାରାରେ ସେ ହାଜର ହେବା ନେଇ ଆବେଦନ କରିଥିବା ଜଣାପଡ଼ିଛି । ଏପରିକି ପିରତିପକ୍ଷକ୍ଷଙ୍କ ପକ୍ଷରୁ ଆବେଦନ ଗ୍ରହଣ ନ କରିବାକୁ ମଧ୍ୟ ସେ କୋର୍ଟଙ୍କୁ ଅପିଲ୍ କରିଥିବା ନେଇ ଜଣାପଡ଼ିଛି ।

ଏହା ପୂର୍ବରୁ ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଆଦି ଦେଇଥିବା ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଥିଲେ । କୋର୍ଟଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ ଉଲ୍ଲେଖ ଥିଲା ଯେ, ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି । ପ୍ରତାପ ଜେନା ବର୍ତ୍ତମାନ ବିଧାୟକ ହୋଇଥିବାରୁ ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ହୋଇଛି ।
ମାହାଙ୍ଗା ଡବଲ ମର୍ଡର ଘଟଣାରେ ଅଭିଯୁକ୍ତ ଅଛନ୍ତି ବିଧାୟକ ପ୍ରତାପ ଜେନା । ଜେଏମଏଫସି କୋର୍ଟ ଶାସକ ଦଳର ଏହି ବରିଷ୍ଠ ନେତାଙ୍କୁ ଅକ୍ଟୋବର 31 ରେ ହାଜର ହେବାକୁ ବ୍ୟକ୍ତିଗତ ଭାବେ ସ୍ୱତନ୍ତ୍ର ମେସେଞ୍ଜର ଜରିଆରେ ସମନ ପଠାଇଥିଲେ ।
କିନ୍ତୁ ପ୍ରତାପଙ୍କ ଓକିଲ ଆଇପିସି 205 ଧାରାରେ ଆବେଦନ କରି ବ୍ୟକ୍ତିଗତ ଭାବେ ହାଜର ହେବାକୁ ବାଦ ଦେବାକୁ ଆବେଦନ କରିଥିବା ସୂଚନା ରହିଛି । ଏହି ମାମଲାରେ ଅପରାହ୍ନ 2 ଟାରେ କୋର୍ଟ ଶୁଣାଣି କରିବାର ସୂଚନା ରହିଛି ।
ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ










Click it and Unblock the Notifications