ମାହାଙ୍ଗା ଡବଲ ମର୍ଡର ଘଟଣା; ହାଇକୋର୍ଟ ଗଲେ ପ୍ରତାପ ଜେନା
ହାଇକୋର୍ଟ ଗଲେ ପ୍ରତାପ ଜେନା । ତଳକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ପ୍ରତାପ ଜେନା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବିଧାୟକଙ୍କୁ ବ୍ୟକ୍ତିଗତ ହଜାର ହେବାକୁ ନିର୍ଦ୍ଦେଶ ଦେଇଥିଲେ JMFC କୋର୍ଟ ।
ଆଜି ନିଜେ ପ୍ରତ୍ୟେକ୍ଷ ଭାବେ ହାଜର ନ ହୋଇ ଓକିଲଙ୍କ ଜରିଆରେ କୋର୍ଟରେ ହାଜର ହେବାକୁ ଆବେଦନ କରିଥିଲେ ପ୍ରତାପ । ସିଆରପିସି 205 ଧାରାରେ ସେ ହାଜର ହେବା ନେଇ ଆବେଦନ କରିଥିବା ଜଣାପଡ଼ିଛି ।
ସୂଚନା ଯୋଗ୍ୟ, ପ୍ରତାପଙ୍କ ନାଁରେ ମାମଲା ଚାଲୁ ରଖିବାକୁ ସାଲେପୁର JMFC କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହତ୍ୟା, ହତ୍ୟା ଷଡ଼ଯନ୍ତ୍ର ଓ ଧମକ ଆଦି ଦେଇଥିବା ଦଫାରେ ମାମଲା ଚାଲୁ ରହିବ ବୋଲି କୋର୍ଟ କହିଥିଲେ । କୋର୍ଟଙ୍କ ନିର୍ଦ୍ଦେଶରେ ସ୍ପଷ୍ଟ ଉଲ୍ଲେଖ ଥିଲା ଯେ, ଅଭିଯୋଗକାରୀ ଓ ସାକ୍ଷୀମାନଙ୍କର ବୟାନ ଏବଂ ବିଭିନ୍ନ ରେକର୍ଡପତ୍ର ଗୁଡ଼ିକୁ ଦେଖିଲେ ଆପାତତଃ ପ୍ରତାପ ଜେନାଙ୍କ ବିରୋଧରେ ପ୍ରମାଣଯୋଗ୍ୟ ତଥ୍ୟ ରହିଛି । ପ୍ରତାପ ଜେନା ବର୍ତ୍ତମାନ ବିଧାୟକ ହୋଇଥିବାରୁ ମାମଲାକୁ ଭୁବନେଶ୍ୱର ସ୍ପେଶାଲ କୋର୍ଟକୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ହୋଇଛି ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ ଅଭିଯୁକ୍ତ ଅଛନ୍ତି ବିଧାୟକ ପ୍ରତାପ ଜେନା । ଜେଏମଏଫସି କୋର୍ଟ ଶାସକ ଦଳର ଏହି ବରିଷ୍ଠ ନେତାଙ୍କୁ ଅକ୍ଟୋବର ୩୧ ରେ ହାଜର ହେବାକୁ ବ୍ୟକ୍ତିଗତ ଭାବେ ସ୍ୱତନ୍ତ୍ର ମେସେଞ୍ଜର ଜରିଆରେ ସମନ ପଠାଇଥିଲେ ।
ସୂଚନାଥାଉକି, 2021 ଜାନୁଆରି 2 ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ 13 ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ 9 ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ 13ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।












Click it and Unblock the Notifications