ମାହାଙ୍ଗା ଡବଲ ମର୍ଡର ମାମଲା; ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ
ମାହାଙ୍ଗା ଡବଲ ମର୍ଡର ମାମଲା । ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି ଶେଷ । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଲେ ହାଇକୋର୍ଟ । ତଳ କୋର୍ଟଙ୍କ ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ପ୍ରତାପ । ପ୍ରତାପଙ୍କ ବିରୋଧରେ ମାମଲା ଚାଲୁ ପାଇଁ ନିର୍ଦ୍ଦେଶ ଦେଇଥିଲେ ତଳ କୋର୍ଟ ।

ମାହାଙ୍ଗା ଡବଲ ମର୍ଡର ଘଟଣାରେ କୁଳମଣି ବରାଳ ଓ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ଘଟିଥିଲା । ଏହି ଘଟଣାର ଅଭିଯୋଗକାରୀ ମୃତ କୁଳମଣିଙ୍କ ପୁଅ ରମାକାନ୍ତ ବରାଳ 13 ଜଣଙ୍କ ନାଁରେ ଅଭିଯୋଗ କରିଥିଲେ । 13 ଜଣ ଅଭିଯୁକ୍ତଙ୍କ ମଧ୍ୟରୁ 9 ଜଣ ଗିରଫ ହୋଇଥିଲେ । ଏତଲା ଅନୁଯାୟୀ 13 ତମ ଅଭିଯୁକ୍ତ ଥିଲେ ବିଧାୟକ ପ୍ରତାପ ଜେନା । ହେଲେ ପରବର୍ତ୍ତୀ ସମୟରେ ବିଧାୟକଙ୍କ ନାଁକୁ ଏଫ୍ଆଇଆର୍ରୁ ହଟାଇ ଦିଆଯାଇଥିଲା । ଏହା ବିରୋଧରେ କୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ ଅଭିଯୋଗକାରୀ ରମାକାନ୍ତ । ଏହି ମାମଲାର ଶୁଣାଣି କରି ମାମଲାର ପୁନଃ ତଦନ୍ତ କରି ସାନି ଚାର୍ଜସିଟ୍ କରିବାକୁ ମାହାଙ୍ଗା ଥାନା ପୋଲିସ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ ସାଲେପୁର ଜେଏମ୍ଏଫ୍ସି ।
ସେହିବର୍ଷ ଅଗଷ୍ଟ ମାସରୁ ଏହି ନିର୍ଦ୍ଦେଶ ଦିଆଯାଇଥିଲେ ମଧ୍ୟ ୩ ମାସ ସମୟ ଗଡ଼ାଇ ଚାଲିଥିଲା ପୋଲିସ୍ । ଏହାକୁ ନେଇ କୋର୍ଟ କ୍ଷୋଭ ପ୍ରକାଶ କରିଥିଲେ । ସେହିବର୍ଷ ନଭେମ୍ବର ୨୫ ତାରିଖ ସୁଦ୍ଧା ଚାର୍ଜସିଟ୍ ଦାଖଲ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହାପରେ ଡିସେମ୍ବର ୯ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କର ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିଲା ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications