ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି, ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ସାଧାରଣ ଦର୍ଶନ ବନ୍ଦ
ମହାପ୍ରଭୁଙ୍କ ବନକଲାଗି ନୀତି । ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।
ବୁଧବାର ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୫ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରଥା ଓ ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ। ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।
Banakalagi Ritual : କ'ଣ ରହିଛି ବନକଲାଗି ନୀତିର ନିୟମ ? ଚାଲନ୍ତୁ ଜାଣିବା । ପ୍ରତି ବୁଧବାର କିମ୍ବା ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି। ଶ୍ରୀମନ୍ଦିର ସତ୍ତ୍ୱଲିପିର ୪୫ ନମ୍ବର ପୃଷ୍ଠାରେ ଏହା ଉଲ୍ଲେଖ ରହିଛି । ଏହି ପବିତ୍ର ନୀତି ପାଇଁ ରତ୍ନଭଣ୍ଡାରରୁ ରୁପା ପିଙ୍ଗଣ ଓ ରୁପା ଷଢେଇ ଯୋଗାଇ ଦିଆଯାଏ । ଚାଙ୍ଗଡା ମେକାପ ୩ ଖଣ୍ଡ ଶ୍ରୀକପଡା ଦିଅନ୍ତି ।
ରାଜାଙ୍କ ସୁପରିଟେଣ୍ଡେଣ୍ଟଙ୍କ ତରଫରୁ ସାମଗ୍ରୀ ଯୋଗାଇ ଦିଆଯାଏ ।
ହିଙ୍ଗୁଳ, ହରିତାଳ, ଶଙ୍ଖ ୬ ଭରି ଲେଖାଏଁ, କେଶର ଓ କର୍ପୁର ଯୋଗାଇ ଦିଅନ୍ତି। ମହାସ୍ନାନ ପାଇଁ ପଂଚାମୃତ ଯୋଗାଇ ଦିଆଯାଇଥାଏ । ୭ ପ୍ରକାର ସେବକ ବନକଲାଗି ସେବା ସମ୍ପାଦନ କରିଥାନ୍ତି । ପାଳିଆ ଖଣ୍ଟୁଆ, ଗରାବଡୁ, ୩ ଜଣ ପାଳିଆ ପୁଷ୍ପାଳକ ସେବା କରିଥାନ୍ତି।
ଚାଙ୍ଗଡା ମେକାପ, ୩ ଜଣ ଦତ୍ତ ମହାପାତ୍ର, ମୁଦୁଲି ଓ ପୂଜାପଣ୍ଡା ସେବା କରନ୍ତି। ଧୋପଖଳା ହେବା ପରେ ପାଳିଆ ଖୁଂଟିଆ ୩ ଜଣ ପାଳିଆ ପୁଷ୍ପାଳକଙ୍କୁ ମଇଲମ ପାଇଁ ଡାକନ୍ତି । ପୁଷ୍ପାଳକ ସିଂହାସନକୁ ଉଠି ଗରାବଡୁଙ୍କଠାରୁ ହାତ ଧୋଇବାକୁ ପାଣି ନେଇ ମଇଲମ କରନ୍ତି ।
ଚାଙ୍ଗଡା ମେକାପ ତିନି ବାଡରେ ତଡ଼ପ ଯୋଗାଇ ଦେଇଥାନ୍ତି। ମଇଲମ ପରେ ପାଳିଆ ଖୁଂଟିଆମାନେ ମାଳ ଫୁଲ ଯୋଗାଇ ଦେଇଥାନ୍ତି। ଏହା ତିନି ବାଡରେ ଲାଗି ହେବା ପରେ କର୍ପୁର ଲାଗି କରାଯାଇଥାଏ। ପୁଷ୍ପାଳକମାନେ ସିଂହାସନ ତଳକୁ ଓହ୍ଲାଇ କର୍ପୁର ଆଳତି କରିଥାନ୍ତି। ଏହା ପରେ ପାଳିଆ ପଢିଆରୀ ଜୟ ବିଜୟ ଦ୍ୱାର ବନ୍ଦ କରିଥାନ୍ତି।
ଦତ୍ତ ମହାପାତ୍ର ସେବକ ବନକ ବାଟି ରୁପା ଷଢେଇରେ ରଖିଥାନ୍ତି। ୩ ଜଣ ଦତ୍ତ ସେବକ ବନକ ପେଡାରେ ବନକ ରଖି ବେହେରଣ ଦ୍ୱାର ଦେଇ ସିଂହାସନ ଉପରକୁ ଉଠନ୍ତି। ଗରାବଡୁଙ୍କଠାରୁ ହାତୁଆଣି ନେଇ ବନକଲାଗି ଆରମ୍ଭ ହୋଇଥାଏ।
ପ୍ରାୟ ୨ ଘଣ୍ଟା ଧରି ବନକଲାଗି କରି ରତ୍ନ ସିଂହାସନରୁ ଓହ୍ଲାଇ ଆସନ୍ତି ଦତ୍ତ ସେବକ। ଏହା ପରେ ପାଳିଆ ମେକାପ ରତ୍ନ ସିଂହାସନକୁ ଖାଇଥାନ୍ତି ।
-
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ







Click it and Unblock the Notifications