ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣଙ୍କ ଅଦଳ ବଦଳ, ଜାଣନ୍ତୁ

ରାଜ୍ୟରେ ବରିଷ୍ଠ ଆଇଏସ୍‌ ସ୍ତରରେ ହୋଇଛି ବଡ଼ ଧରଣର ଅଦଳ ବଦଳ । ରାଜ୍ୟ ସରକାରଙ୍କ ଦ୍ବାରା ଏହି ପରିବର୍ତ୍ତନ କରାଯାଇଛି।

ଭୁବନେଶ୍ବର: ରାଜ୍ୟରେ ବରିଷ୍ଠ ଆଇଏସ୍‌ ସ୍ତରରେ ହୋଇଛି ବଡ଼ ଧରଣର ଅଦଳ ବଦଳ । ରାଜ୍ୟ ସରକାରଙ୍କ ଦ୍ବାରା ଏହି ପରିବର୍ତ୍ତନ କରାଯାଇଛି। ଆଇଏଏସ ନିକୁଞ୍ଜ ବିହାରୀ ଧଳଙ୍କୁ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି । ଅଫିସରଙ୍କୁ ଶକ୍ତି ବିଭାଗର ଦାୟିତ୍ୱ ସହ, ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ଏବଂ ଗ୍ରୀଡକୋର ଚେୟାରମ୍ୟାନ୍‌ ଭାବେ ନୂଆ ନିଯୁକ୍ତି ଦେଇଛନ୍ତି ସରକାର । ନିକୁଞ୍ଜ ବିହାରୀ କାର୍ଯ୍ୟରେ ଯୋଗଦେବା ପରେ ଅବକାରୀ ବିଭାଗର ଅତରିକ୍ତ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଧିକାରୀ ଦେଓ ରଞ୍ଜନ କୁମାର ସିଂହ ପଦରୁ ହଟିବା ନେଇ ବିଜ୍ଞପ୍ତିରେ ଲେଖା ରହିଛି ।

odisha
ଏଥିସହିତ ହସ୍ତତନ୍ତ ଓ ବୟନଶିଳ୍ପ ବିଭାଗର ଦାୟିତ୍ୱ ନେଲେ 1996 ବ୍ୟାଚ୍ ଆଇଏଏସ୍ ଅଧିକାରୀ ତଥା କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢୀ । ସେହିପରି 1999 ବ୍ୟାଚ୍ ଆଇଏଏସ୍ ଭାସ୍କରଜ୍ୟୋତି ଶର୍ମା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ । ତାଙ୍କ ସ୍ଥାନରେ 1999 ବ୍ୟାଚ୍ ଆଇଏଏସ୍ ଶୁଭା ଶର୍ମା ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ସଚିବ ଭାବେ କାର୍ଯ୍ୟ କରିବେ । ରାଜ୍ୟ ବିଜ୍ଞାନ ଓ ବୈଷୟିକ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିବା 1998 ବ୍ୟାଚ୍ ଆଇଏଏସ୍ ସୁରେଶ କୁମାର ବଶିଷ୍ଠଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସଚିବ ଭାବେ ଦାୟିତ୍ବ ଦିଆଯାଇଛି ।

ଏଥିସହିତ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ବ ଗ୍ରହଣ କଲେ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ର। ସେ ପୂର୍ବଭଳି ଗୃହ ବିଭାଗର ସ୍ୱତନ୍ତ୍ର ସଚିବର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ । ବାଣିଜ୍ୟ ଓ ପରିବହନ ବିଭାଗର ସ୍ୱତନ୍ତ୍ର ସଚିବ ଆଇଆରଟିଏସ୍ ଅଫିସର ସଞ୍ଜୟ କୁମାର ମିଶ୍ରଙ୍କୁ ଅତିରିକ୍ତ ଭାବେ ଓପିଟିସିଏଲ୍ ପରିଚାଳନା ନିର୍ଦ୍ଦେଶକ ତଥା ଅଧ୍ୟକ୍ଷ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର।

ଅନ୍ୟପଟେ ଏନଏଚଏମ ନିର୍ଦ୍ଦେଶିକା ତଥା ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ 2001 ବ୍ୟାଚ୍ ଆଇଏଏସ୍ ଶାଳିନୀ ପଣ୍ଡିତଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟ ବିଭାଗର ସଚିବ ତଥା କମିଶନର ଭାବେ ନିଯୁକ୍ତି ଦେଇଛନ୍ତି । ସେହିପରି 2010 ବ୍ୟାଚ୍ ଆଇଏଏସ୍ ଡଃ ବୃନ୍ଦା ଡିଙ୍କୁ ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଭାବେ ନିଯୁକ୍ତି ମିଳିଛି । ସେ ଅତିରିକ୍ତ ଭାବେ ଓଡ଼ିଶା ଔଷଧ ନିଗମ ପରିଚାଳନା ନିର୍ଦ୍ଦେଶକ ଓ ଖାଦ୍ୟ ନିରାପତ୍ତା କମିଶନର ଭାବେ କାର୍ଯ୍ୟ କରିବେ । 2008 ବ୍ୟାଚ୍ ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଛି । ସେ ଓରମାସ୍ ସିଇଓ ଭାବରେ ଅତିରିକ୍ତ ଦାୟିତ୍ବ ନେଇଛନ୍ତି ଅଫିସର ଗୁହା ପୁନମ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+