Get Updates
Get notified of breaking news, exclusive insights, and must-see stories!

ଆଜି ପବିତ୍ର ମକର ସଂକ୍ରାନ୍ତି, ମହାବାହୁଙ୍କ ମକର ଚୌରାଶି ବେଶ

Makar Sankranti 2025: ଆଜି ପବିତ୍ର ମକର ସଂକ୍ରାନ୍ତି । ଆଜିର ଦିନରେ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ ଚଳନ କରନ୍ତି । ଆଜି ଠାରୁ ଦିନ ବଡ଼ ହେବା ଆରମ୍ଭ ହୁଏ । ସେହିପରି ଆଜି ସୂର୍ଯ୍ୟଙ୍କ ଉତ୍ତରାୟଣଗତି ଆରମ୍ଭ ହୁଏ । ଆଜିର ପବିତ୍ର ଦିନରେ ଶ୍ରଦ୍ଧାଳୁ ମାନେ ସୂର୍ଯ୍ୟୋଦୟ ପୂର୍ବରୁ ସ୍ନାନ କରିଥାନ୍ତି ଏବଂ ସୂର୍ଯ୍ୟଙ୍କ ପ୍ରଥମ ପୂଜାର୍ଚ୍ଚନା ମଧ୍ୟ କରିଥାନ୍ତି ।

Makar Sankranti 2025

ଆଜି ମକର ସଂକ୍ରାନ୍ତି ପାଇଁ ପୁରୀ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସ୍ୱତନ୍ତ୍ର ନୀତିକାନ୍ତ ଅନୁଷ୍ଠିତ । ଆଜି ମକର ଚୌରାଶୀ ବେଶରେ ଦର୍ଶନ ଦେଉଛନ୍ତି ଶ୍ରୀଜିଉ । ଶ୍ରୀଜିଉଙ୍କ ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ପଟା ପହରଣ ଲାଗି କରାଯିବ । ମଧ୍ୟାହ୍ନ ଧୂପ ପରେ ମହାପ୍ରଭୁଙ୍କ ମକର ନୀତି ଅନୁଷ୍ଠିତ ହେବ ।

ଆଜି ମକର ଚୌରାଅଶି ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଅଧିବାସରେ ରଖାଯାଇଥିବା ଭୋଗକୁ ଭୋଗ ମଣ୍ତପରୁ ନେଇ ବେଢା ପରିକ୍ରମା କରାଯିବ । ଏହା ପରେ ମହାଭୋଇ ମାନେ ରୋଷଶାଳରୁ ଦହି ଆଣିବେ ସେହିପରି ଗୁଡିଆମାନେ ଫେଣା, ଶାକର, ଆଣି ମକର ଭୋଗ ପ୍ରସ୍ତୁତ କରିବେ । ଏହାପରେ ମହାପ୍ରଭୁଙ୍କ ଶ୍ରୀଚରଣରେ ନଳୀ ପାନ ଅର୍ପଣ କରାଯିବାର ବିଧି ରହିଛି ।

'ମକରଠାରୁ ଦିନ ବକର ହୁଏ', ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+