Get Updates
Get notified of breaking news, exclusive insights, and must-see stories!

ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ୨୦୨୨, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ଜନତା ମୈଦାନରେ ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୩ । ରିବନ କାଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାଣିଜ୍ୟ ମହାକୁମ୍ଭକୁ ଉଦଘାଟନ କରିଛନ୍ତି ।

ଭୁବନେଶ୍ୱର: ସ୍ଥାନୀୟ ଜନତା ମୈଦାନରେ ଆରମ୍ଭ ହେଲା ମେକ୍ ଇନ୍ ଓଡ଼ିଶା କନକ୍ଲେଭ-୩ । ରିବନ କାଟି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବାଣିଜ୍ୟ ମହାକୁମ୍ଭକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଜାପାନ, ଜର୍ମାନୀ, ନରୱେ ଓ ନେପାଳର ରାଷ୍ଟ୍ରଦୂତଙ୍କ ସହ ଶିଳ୍ପମନ୍ତ୍ରୀ ପ୍ରତାପ କେଶରୀ ଦେବ ଓ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀ ଅତିଥି ଭାବେ ଉପସ୍ଥିତ ଥିଲେ ।

Make in Odisha

ତେବେ ୪ଦିନ ଧରି ହେବାକୁ ଥିବା କନକ୍ଲେଭରେ ବିଭିନ୍ନ ଶିଳ୍ପ ସଂସ୍ଥାମାନେ ସାମିଲ ହେବେ । ତେବେ ୬ ଲକ୍ଷ କୋଟି ଟଙ୍କାରୁ ଅଧିକ ନିବେଶ ପ୍ରସ୍ତାବ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ସରକାର କନକ୍ଲେଭ୍ ପାଇଁ ୧୧,୬୦୦ ସଂସ୍ଥାଙ୍କ ଠାରୁ ରେଜିଷ୍ଟ୍ରେସନ ଗ୍ରହଣ କରିଛନ୍ତି ।

ଏହି ମେଗା କାର୍ଯ୍ୟକ୍ରମରେ ଆର୍ସେଲର ମିତ୍ତଲର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ମିତ୍ତଲ, ଆଦିତ୍ୟ ବିର୍ଲା ଗ୍ରୁପର ଅଧ୍ୟକ୍ଷ କୁମାର ମଙ୍ଗଳମ୍‍ ବିର୍ଲା, ଜେଏସ୍‍ପିଏଲ୍‍ ଅଧ୍ୟକ୍ଷ ନବୀନ୍‍ ଜିନ୍ଦଲ, ଆଦାନୀ ଗ୍ରୁପ ଅଧ୍ୟକ୍ଷ ଗୌତମ ଆଦାନୀଙ୍କ ପୁଅ କରଣ ଆଦାନୀ, ଟାଟା ଷ୍ଟିଲର ସିଇଓ ତଥାଏମ୍‍ଡି ଟି. ଭି. ନରେନ୍ଦ୍ରନ୍‍ ଏବଂ ବେଦାନ୍ତ ରିସୋର୍ସେସ୍‍ ଲିମିଟେଡ୍‍ର ଅଧ୍ୟକ୍ଷ ଅନୀଲ ଅଗ୍ରୱାଲ ଏବଂ ଜେଏସ୍‍ଡବ୍ଲ୍ୟୁ ଗ୍ରୁପର ସଜ୍ଜନ ଜିନ୍ଦଲ ପ୍ରମୁଖ ଶିଳ୍ପ କ୍ଷେତ୍ରର ନାମୀ ବ୍ୟକ୍ତିବିଶେଷଙ୍କୁ ଦେଖିବାକୁ ମିଳିବ।

ଏହା ପୂର୍ବରୁ ୨୦୧୬ ଏବଂ ୨୦୧୮ରେ ଅନୁଷ୍ଠିତ ଦୁଇଟିଯାକ ସମ୍ମିଳନୀରେ ଆସିଥିବା ମୋଟ ନିବେଶ ପ୍ରସ୍ତାବ ତୁଳନାରେ ଏଥର ଅଧିକ ନିବେଶ ପ୍ରସ୍ତାବ ଆସିବ ବୋଲି ରାଜ୍ୟ ସରକାର ଆଶାବାଦୀ ଅଛନ୍ତି। ମେକ ଇନ ଓଡ଼ିଶାରେ ଦେଶ ବିଦେଶର ୧୦୦ରୁ ଅଧିକ ଶିଳ୍ପପତି ଅଂଶଗ୍ରହଣ କରୁଛନ୍ତି । ୭ଟି ପ୍ରମୁଖ କ୍ଷେତ୍ର ଉପରେ କାର୍ଯ୍ୟକ୍ରମରେ ଫୋକସ ରହିବ । ମେଟାଲ ଓ ମିନେରାଲ, ପେଟ୍ରୋକେମିକାଲ, ଟେକ୍ସଟାଇଲ, ଫୁଡ଼ ପ୍ରୋସେସିଙ୍ଗ, ଅକ୍ଷୟ ଶକ୍ତି, ପର୍ଯ୍ୟଟନ ଏବଂ ଆଇଟି ସେକ୍ଟରକୁ ଅଧିକ ଫୋକସ୍ କରାଯାଇଛି । ସେହିପରି ମେକ ଇନ ଓଡିଶା ପାଇଁ ଚଳିତ ଥର ଜାପାନ, ନରୱେ ଏବଂ ଜର୍ମାନୀର କଣ୍ଟ୍ରି ପାର୍ଟନର ଥିବା ବେଳେ ମିତ୍ତଲ, ବିର୍ଲା, ବେଦାନ୍ତ, ଜିନ୍ଦଲ କମ୍ପାନୀ ଗ୍ରୁପ ଭଳି ବଡ଼ ବଡ଼ କମ୍ପାନୀର ମୁଖ୍ୟମାନେ ଏଥିରେ ଯୋଗ ଦେବେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+