ପଟ୍ଟାମୁଣ୍ଡାଇ ଯୁବତୀ ମୃତ୍ୟୁ ଘଟଣାରେ ପୁରୁଷ ବନ୍ଧୁ ପ୍ରମୋଦ ବେହେରା ଗିରଫ

ପଟ୍ଟାମୁଣ୍ଡାଇ କାଠିଆପଡ଼ାରେ ଛାତ୍ରୀ ମୃତ୍ୟୁ ଘଟଣାରେ ବଡ଼ ଆକ୍ସନ । ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଗିରଫ କଲା ପୋଲିସ । ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ପୋଲିସ ଗିରଫ କରିଥିବା ଏସି ସିଦ୍ଧାର୍ଥ କଟାରିଆ ସୂଚନା ଦେଇଛନ୍ତି । ଗତକାଲି ମୃତ ଛାତ୍ରୀଙ୍କ ବାପା ଥାନାରେ FIR କରିଥିଲେ । ପୁରୁଷ ବନ୍ଧୁଙ୍କ ନାଁରେ ଲାଗିଛି ସଙ୍ଗୀନ ଦଫା ।

arrested

ସେପଟେ ପାଲଟା ଅଭିଯୋଗ ଆଣିଛନ୍ତି ପୁରୁଷ ବନ୍ଧୁ ପ୍ରମୋଦଙ୍କ ମାଆ ଓ ଭଉଣୀ । ଛାତ୍ରୀଙ୍କ ମୃତ୍ୟୁରେ ତାଙ୍କ ପରିବାରର ହାତ ଥିବା ଅଭିଯୋଗ କରିଛନ୍ତି। କାନ୍ଦି କାନ୍ଦି କହିଛନ୍ତି ମୋ ଭାଇର କିଛି ଦୋଷ ନାହିଁ, ତାକୁ ଫସାଇ ଦିଆଯାଇଛି ବୋଲି ଅଭିଯୋଗ କରିଛନ୍ତି ଭଉଣୀ । ବିନା ଦୋଷରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ପରିବାର ଲୋକେ ସମୂହ ଜୀବନ ହାରି ଦେବେ ବୋଲି କହିଛନ୍ତି । ପ୍ରତିବାଦରେ ଥାନା ଆଗରେ ପୁରୁଷବନ୍ଧୁଙ୍କ ପରିବାର ଓ ଗ୍ରାମବାସୀ ଧାରଣା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+