ନାବାଳକକୁ ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ କାରାଦଣ୍ଡ

କଟକ: ନାବାଳକକୁ ଦୁଷ୍କର୍ମ କରିଥିବା ଯୁବକକୁ ୨୦ ବର୍ଷ ଜେଲ ଦଣ୍ଡା ଦେଶ ଶୁଣାଇଲେ ସ୍ୱତନ୍ତ୍ର ପୋକ୍ସୋ ଅଦାଲତ । ୬ ବର୍ଷ ନାବାଳକଙ୍କ ସହ ଅପ୍ରାକୃତିକ ଯୌନ ନିର୍ଯାତନା ମାମଲାର ବିଚାର କରି କଟକ ସ୍ୱତନ୍ତ୍ର ପୋକ୍ସୋ ଅଦାଲତ ଗୁରୁବାର ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ୨୦ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି ।

ଅଭିଯୁକ୍ତ ଜଣକ ହେଲେ ଖାନନଗର ଅଞ୍ଚଳର ଚିନ୍ତାମଣି ନାୟକ । ଏପରିକି ଅଦାଲତ ଅଭିଯୁକ୍ତଙ୍କୁ ୧୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି । ଜରିମାନା ଅନାଦେୟ ଅଧିକ ୧ ବର୍ଷ ସଶ୍ରମ କାରାଦଣ୍ଡ ଭୋଗିବାକୁ ଅଦାଲତ ରାୟରେ ସ୍ପଷ୍ଟ କରିଛନ୍ତି । ଏଥିସହ ପୀଡ଼ିତ ନାବାଳକଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବା ନିମନ୍ତେ ଅଦାଲତ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ।

court

ସୁଚନାନୁସାରେ ୨୦୧୯ ମସିହାରେ କଟକ ମଧୁପାଟଣା ଥାନା ଅଞ୍ଚଳରେ ଘଟିଥିଲା ଏହି ଘଟଣା । ଜଣେ ୬ ବର୍ଷର ନାବାଳକ ସହ ଅପ୍ରାକୃତିକ ଯୌନ ଅପରାଧ ଘଟାଇଥିଲା ଚିନ୍ତାମଣି । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ଗୁରୁବାର ଅଦାଲତ ଦୋଷୀ ଚିନ୍ତାମଣିକୁ ଦଣ୍ଡାଦେଶ ଶୁଣାଇବା ସହ ପୀଡ଼ିତଙ୍କୁ ୩ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+