Manmohan Samal: ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ଦିଲ୍ଲୀ ଗସ୍ତରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ସଂଗଠନ ସ୍ଥିତି ନେଇ ବରିଷ୍ଠ ନେତାଙ୍କ ସହ କରିପାରନ୍ତି ଆଲୋଚନା। ବୋର୍ଡ ଓ ନିଗମ ପଦବୀ ପୂରଣ ନେଇ କେନ୍ଦ୍ର ନେତୃତ୍ୱଙ୍କ ସହ ଆଲୋଚନା। ମନମୋହନଙ୍କ ସହ ଦିଲ୍ଲୀ ଗସ୍ତରେ ସଂଗଠନ ସା. ସମ୍ପାଦକ ମାନସ ମହାନ୍ତି ।

ସୋମବାର ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟପାଳଙ୍କ ସହ ସାକ୍ଷାତର ନିର୍ଦ୍ଦିଷ୍ଟ କାରଣ ଅସ୍ପଷ୍ଟ ରହିଥିବା ବେଳେ ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ଏହି ଭେଟଘାଟ ମାହୋଲକୁ ଆହୁରି ଗରମ କରିଦେଇଛି। ମନ୍ତ୍ରିମଣ୍ଡଳରେ ଖାଲି ପଡ଼ିଛି ୬ଟି ମନ୍ତ୍ରୀ ପଦ। ଜଣେ ଜଣେ ମନ୍ତ୍ରୀଙ୍କ ହାତରେ ଅଛି ଏକାଧିକ ବିଭାଗ। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ନେଇ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି। କିଏ ପଡିବେ ବାଦ, କିଏ ହେବେ ସାମିଲ ତାକୁ ନେଇ ଚର୍ଚ୍ଚା।












Click it and Unblock the Notifications