ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କଲେ ମନମୋହନ
ରାଜା ଚକ୍ରଙ୍କ ଓକିଲଙ୍କ ନାଁରେ ମାନହାନି ମୋକଦ୍ଦମା ଦାୟର କରିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ରାଜା ଚକ୍ରଙ୍କ ଓକିଲ ସୀତାଂଶୁ ଦ୍ବିବେଦୀଙ୍କ ନାଁରେ ସେ ମୋକଦ୍ଦମା ଦାୟର କରିଛନ୍ତି। ବାଲେଶ୍ବର ଏସ୍ଡିଜିଏମ୍ କୋର୍ଟରେ ମୋକଦ୍ଦମା ଦାୟର ହୋଇଛି। ସୀତାଂଶୁଙ୍କ ବୟାନ ଉପରେ ମନମୋହନ ମାନହାନି ମୋକଦ୍ଦମା ଦାୟର କରିଛନ୍ତି।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଓ ପରିବହନ କୋ-ଅପରେଟିଭ ସୋସାଇଟିରେ ଆର୍ଥିକ ଘୋଟାଲା ଘଟଣାର ତଦନ୍ତ କ୍ରାଇମ ବ୍ରାଞ୍ଚ (ଅର୍ଥନୈତିକ ଶାଖା) ପକ୍ଷରୁ ଚାଲିଛି। ଏହି ଘଟଣାରେ କ୍ରାଇମ ବ୍ରାଞ୍ଚ ବିଜେଡି ନେତା ରାଜା ଚକ୍ର ସମେତ ୪ଜଣଙ୍କୁ ଗିରଫ କରି ତଦନ୍ତ ଚଳାଇଛି। ତେବେ ଏହି ଘଟଣାରେ ତଦନ୍ତକାରୀ ସଂସ୍ଥା ରାଜା ଚକ୍ରଙ୍କୁ ଅଧିକ ପଚରାଉଚରା କରିବାକୁ ଶୁକ୍ରବାର ସ୍ଥାନୀୟ ଏସଡିଜେଏମ କୋର୍ଟରେ ୭ ଦିନ ପାଇଁ ରିମାଣ୍ଡରେ ନେବାକୁ ଆବେଦନ କରିଥିବା ସୂଚନା ମିଳିଛି।












Click it and Unblock the Notifications