Get Updates
Get notified of breaking news, exclusive insights, and must-see stories!

ମନୋଜ ଆହୁଜା ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟକୁ ମିଳିଲା ନୂଆ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜା ହୋଇଛନ୍ତି ଓଡ଼ିଶାର ନୂଆ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜାଙ୍କ ନିଯୁକ୍ତି ନେଇ ଜିଏ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। 1990 ବ୍ୟାଚ୍‌ର ବରିଷ୍ଠ ଆଇଏଏସ୍‌ ମନୋଜ ଆହୁଜା ।

manoj ahuja

ବର୍ତ୍ତମାନ ମୁଖ୍ୟ ସଚିବ ଥିବା ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଜୁନ 30 ରେ ସରିବାକୁ ଯାଉଛି । ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ସରିଥିଲେ ସୁଦ୍ଧା ପୂର୍ବର ବିଜେଡି ସରକାର ତାଙ୍କର ଅବଧିକୁ 6 ମାସ ବଢାଇଥିଲେ, ଯାହା ଜୁନ 30 ରେ ସରୁଛି । ଆଉ ତାଙ୍କ ସ୍ଥାନ ମନୋଜ ଆହୁଜା ନେଇଛନ୍ତି । ବର୍ତ୍ତମାନ ସେ କେନ୍ଦ୍ରରେ କୃଷି ମନ୍ତ୍ରଣାଳୟରେ ସଚିବ ଭାବେ କାର୍ଯ୍ୟରତ ଅଛନ୍ତି ।

ଆହୁଜା ଅନେକ ଗୁରୁତ୍ୱପୂର୍ଣ୍ଣ ପଦରେ କାମ ସରି ସାରିଛନ୍ତି । ସେ କେନ୍ଦ୍ର ସରକାରଙ୍କ ସାଧାରଣ ଅଭିଯୋଗ ଓ ପ୍ରଶିକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ କାମ କରିଛନ୍ତି । ଏହା ସହିତ ଓଡିଶାର ଇସ୍ପାତ ଓ ଖଣି, କ୍ରୀଡା ଓ ଯୁବ ବ୍ୟାପାର ବିଭାଗର କମିଶନର ଏବଂ ସଚିବ ଭାବେ କାମ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟରେ ସେ ସିବିଏସଇର ଚେୟାରମ୍ୟାନ ଭାବେ ମଧ୍ୟ କାମ କରିଛନ୍ତି । ମନୋଜ କେନ୍ଦ୍ରରେ ଏବେ କୃଷି ମନ୍ତ୍ରାଳୟ ସଚିବ ଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଗୁଡ୍ ବୁକ୍‌କୁ ଆସିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+